Advertisment

ଜାନୁଆରୀ ୨ରୁ ବନ୍ଦ ରହିବ ଭିତରକନିକା

କୁମ୍ଭୀର ଗଣନା ସମୟରେ ପ୍ରତିବର୍ଷ ଭଳି ଆସନ୍ତା ବର୍ଷ ମଧ୍ୟ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ ରହିବ। ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ ବାହାରେ ଥିବା ନଦୀ, ନାଳ ଗୁଡ଼ିକରେ କୁମ୍ଭୀରମାନଙ୍କର ଗଣନା କରାଯିବ।

ଅଦ୍ୟତନ ହୋଇଛି
Bhitarakanika To Remain Closed

Bhitarakanika To Remain Closed

Advertisment

କେନ୍ଦ୍ରାପଡ଼ା: କୁମ୍ଭୀର ଗଣନା ସମୟରେ ପ୍ରତିବର୍ଷ ଭଳି ଆସନ୍ତା ବର୍ଷ ମଧ୍ୟ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ ରହିବ। ବିରଳ ବଉଳା କୁମ୍ଭୀରମାନଙ୍କ ଏନ୍ତୁଡିଶାଳ ଭିତରକନିକାରେ କୁମ୍ଭୀର ଗଣନା ଲାଗି ଏଭଳି ନିଷ୍ପତ୍ତି ନିଆଯାଇଛି। ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ ବାହାରେ ଥିବା ନଦୀ, ନାଳ ଗୁଡ଼ିକରେ କୁମ୍ଭୀରମାନଙ୍କର ଗଣନା କରାଯିବ।

Advertisment

ତେଣୁ ଏହି ଗଣନା ସମୟରେ ଭିତରକନିକା ଜାତୀୟ ଉଦ୍ୟାନକୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯିବା ଲାଗି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ବର୍ଷ ଜାନୁଆରୀ ୨ ତାରିଖରୁ ୧୧ ତାରିଖ ପର୍ଯ୍ୟନ୍ତ ୧୦ଦିନ ଧରି ଭିତରକନିକା ବନ୍ଦ ରହିବ।  

ଗତବର୍ଷ ଗଣନା ଅନୁସାରେ, ଭିତର କନିକାରେ ୧ ହଜାର ୭୬୮ଟି ବଉଳା  କୁମ୍ଭୀର ଥିଲେ।  କୁମ୍ଭୀର ବିଶାରଦ ଡଃ ସୁଧାକର କରଙ୍କ ନେତୃତ୍ୱରେ ବନ କର୍ମଚାରୀମାନଙ୍କୁ ନେଇ କୁମ୍ଭୀର ଗଣନା କରାଯିବ। ଦିନ ଓ ରାତ୍ରି ସମୟରେ କୁମ୍ଭୀର ଗଣନା କାର୍ଯ୍ୟ କରାଯିବ ବୋଳି ଜଣାପଡ଼ିଛି।

Advertisment
Bhitarkanika National Park
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ