/odishatv-khabar/media/post_attachments/uploadimage/library/16_9/16_9_0/Dengue_1628334267.jpeg)
Dengue
ଭୁବନେଶ୍ୱର: ରାଜ୍ୟରେ ଏବେ ପାଖାପାଖି ହଜାରେ ଡେଙ୍ଗୁ ରୋଗୀ ରହିଛନ୍ତି । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଏହି ସୂଚନା ଦେଇଛନ୍ତି । ତେବେ ହଜାରେ ଭିତରୁ କେବଳ ଭୁବନେଶ୍ୱର ମହାନଗର ନିଗମରୁ ୭୧୪ କେସ୍ ରହିଛି । ଗତମାସରୁ ବିଏମ୍ସିରେ ବଢୁଛି, ପ୍ରତିଦିନ ୩୦ରୁ ୪୦ ରୋଗୀ ଆସୁଥିବା କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।
ତେବେ ସେ ଡେଙ୍ଗୁ ଟେଷ୍ଟିଂ ନେଇ ମଧ୍ୟ ନିଜ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଏଲିସା ପଦ୍ଧତିରେ ଡେଙ୍ଗୁ ଟେଷ୍ଟ ହେବା କଥା କିନ୍ତୁ ଘରୋଇ ହସ୍ପିଟାଲ କାର୍ଡ ଟେଷ୍ଟ କରୁଛନ୍ତି । ତେଣୁ ଫଲ୍ସ ପଜିଟିଭ ଅଧତ୍କ ଆସୁଛି । ତେବେ ସମସ୍ତ ସହରାଞ୍ଚଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଡେଙ୍ଗୁ ଟେଷ୍ଟ ପାଇଁ ବ୍ୟବସ୍ଥା ହୋଇଥିବା କହିଛନ୍ତି ନିରଞ୍ଜନ ମିଶ୍ର ।
Also Read
ସେପଟେ ରାଜ୍ୟରେ କୋଭିଡ ସ୍ଥିତିରେ ଲଗାତାର ଉନ୍ନତି ଘଟୁଛି ହସ୍ପିଟାଲରେ ଆଡମିସନ ହେଉଥିବା ଲୋକଙ୍କ ସଂଖ୍ୟା ବି କମି ଚାଲିଥିବା କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ଅଗଷ୍ଟ ୫ର ରିପୋର୍ଟ ଅନୁସାରେ, ରାଜ୍ୟରେ ୧୨୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଅଗଷ୍ଟ ୬ର ରିପୋର୍ଟ ଅନୁସାରେ, ୧୦୯୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍ରୁ ୬୩୭ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୪୫୯ ରହିଛି । କଟକରେ ଧୀରେ ଧୀରେ ସଂକ୍ରମଣ କମୁଥିବା ଦେଖିବାକୁ ମିଳିଛି । ୨୪ ଘଣ୍ଟାରେ କଟକରେ ୧୦୦ ତଳକୁ ଅର୍ଥାତ୍ ୯୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କିନ୍ତୁ ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩୮୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ସେହିପରି ରାଜ୍ୟରେ ଆଉ ୬୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧାରୁ ୨୭, କଟକରୁ ୧୭, ବାଲେଶ୍ୱର ଓ କେନ୍ଦୁଝରରୁ ୪ ଜଣ ଲେଖାଏ, ମୟୂରଭଞ୍ଜରୁ ୩, ଅନୁଗୁଳ, ଭଦ୍ରକ, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ,ଗଞ୍ଜାମ, କେନ୍ଦ୍ରାପଡ଼ା, ନୟାଗଡ଼ ଓ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬,୩୬୬ରେ ପହଞ୍ଚିଛି ।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୪୦, ବାଲେଶ୍ୱରରୁ ୭୭, ବରଗଡ଼ରୁ ୧୧, ଭଦ୍ରକରୁ ୨୧, ବଲାଙ୍ଗିରରୁ ୭, କଟକରୁ ୯୨, ଦେବଗଡ଼ରୁ ୧, ଢେଙ୍କାନାଳରୁ ୯, ଗଜପତିରୁ ୪, ଗଂଜାମରୁ ୫, ଜଗତସିଂହପୁରରୁ ୫୮, ଯାଜପୁରରୁ ୬୮, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୩, କନ୍ଧମାଳରୁ ୧୭, କେନ୍ଦ୍ରାପଡ଼ାରୁ ୩୬, କେନ୍ଦୁଝରରୁ ୧୩, ଖୋର୍ଦ୍ଧାରୁ ୩୮୯, କୋରାପୁଟରୁ ୭, ମାଲକାନଗିରିିରୁ ୪, ମୟୂରଭଞ୍ଜରୁ ୩୨, ନୟାଗଡ଼ରୁ ୨୯, ନୂଆପଡ଼ାରୁ ୨, ପୁରୀରୁ ୪୮, ରାୟଗଡ଼ାରୁ ୬, ସମ୍ବଲପୁରରୁ ୮, ସୁବର୍ଣ୍ଣପୁରରୁ ୨, ସୁନ୍ଦରଗଡ଼ରୁ ୨୦ ଓ ଷ୍ଟେଟପୁଲ୍ରୁ ୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)


/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)