• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

କେନ୍ଦୁପତ୍ର ତୋଳାଳିଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି କେନ୍ଦୁପତ୍ରର ସଂଗ୍ରହ ମୂଲ୍ୟ ବୃଦ୍ଧି ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ନିଷ୍ପତ୍ତି ଅନୁଯାୟୀ, ୨୦୨୨ ଫସଲ ବର୍ଷ ପାଇଁ ଉଭୟ ପ୍ରୋସେସ ଅଞ୍ଚଳ ଓ ଫାଲ ଅଞ୍ଚଳରେ କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ବୃଦ୍ଧି କରାଯାଇଛି।

ଏହାଦ୍ୱାରା ରାଜ୍ୟର ୭ ଲକ୍ଷ ୫୦ ହଜାର କେନ୍ଦୁପତ୍ର ତୋଳାଳି ୨୪୦ କୋଟି ଟଙ୍କାର ଅଧିକ ରୋଜଗାର ପାଇବେ ବୋଲି ଆକଳନ ହୋଇଛି। ଏମାନଙ୍କ ମଧ୍ୟରୁ ଅଧିକାଂଶ ଜନଜାତି ମହିଳା ଅଛନ୍ତି। ଏହାସହ ସରକାରଙ୍କ ପକ୍ଷରୁ ବୋନସ ଓ ବିଭିନ୍ନ ଭତ୍ତା ବାବଦରେ ୧୨୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଫଳରେ ୭ ଲକ୍ଷ କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ଅନ୍ୟ କର୍ମଚାରୀ ଉପକୃତ ହେବେ।  


   
 

OTV is now on Whatsapp

Join and get latest news update delivered to you via whatsapp

Join Now