/odishatv-khabar/media/post_attachments/uploadimage/library/16_9/16_9_0/IMAGE_1653208645.jpg)
BJD MP Amar Patnaik On Petrol Diesel Prices
ପେଟ୍ରୋଲ ଓ ଡିଜେଲ ଉପରୁ କେନ୍ଦ୍ର ସରକାର ଏକସାଇଜ୍ ଡ୍ୟୁଟି ହ୍ରାସ କରିବା ପରେ ଏବେ ରାଜ୍ୟ ସରକାରଙ୍କ ପାଳି। ରାଜ୍ୟ ସରକାର ତୁରନ୍ତ ଭାଟ୍ ହ୍ରାସ କରନ୍ତୁ ବୋଲି ବିଜେପି ସାଂସଦ ଅପରାଜିତ ଷଡ଼ଙ୍ଗୀ ଦାବି କରିଛନ୍ତି। ସେ କହିଛନ୍ତି, କେନ୍ଦ୍ର ଭଳି ସବୁ ରାଜ୍ୟ ସରକାର ଶୁଳ୍କ ହ୍ରାସ ନିଷ୍ପତ୍ତି ନେଲେ ଲୋକେ ଉପକୃତ ହେବେ।
ସେପଟେ ତୈଳ ଦର ହ୍ରାସ ଲାଗି ରାଜ୍ୟ ସରକାରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିବା ସହ ରାଜ୍ୟ ସରକାର ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ କଂଗ୍ରେସ ଦାବି କରିଛି। ଅନ୍ୟପକ୍ଷେ, ଏ ପ୍ରସଙ୍ଗରେ ବିଜେଡି ସାଂସଦ ଅମର ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ‘ତୈଳ ଦର ହ୍ରାସ ଲାଗି ରାଜ୍ୟ ସରକାର ଶୁଳ୍କ ହ୍ରାସ ସମ୍ପର୍କରେ ତର୍ଜମା କରି କିଛି ନିଷ୍ପତ୍ତି ନେବା ଆଶା କରାଯାଉଛି।
କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ, ପେଟ୍ରୋଲ ଓ ଡିଜେଲରୁ ଏକ୍ସାଇଜ୍ ଡ୍ୟୁଟି କମିଛି। ପେଟ୍ରୋଲ ଉପରୁ ଲିଟର ପିଛା ୮ ଟଙ୍କା କମିଥିବା ବେଳେ, ଡିଜେଲ ଉପରୁ ଲିଟର ପିଛା ୬ ଟଙ୍କା କମିଛି। ଆଜି ସକାଳ ୬ଟାରୁ ନୂଆ ଦର ଲାଗୁ ହୋଇଛି। ନୂଆ ଦର ଲାଗୁ ପରେ ପେଟ୍ରୋଲ ଲିଟର ପିଛା ୯ଟଙ୍କା ୫୦ ପଇସା ଶସ୍ତା ହୋଇଛି। ଏହାସହ ଡିଜେଲ ଲିଟର ପିଛା ୭ ଟଙ୍କା ଶସ୍ତା ହୋଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)