Advertisment

ବିଏମସିର ନୂଆ ଗାଇଡଲାଇନ୍: ଏଣିକି ଗାଈଗୋରୁଙ୍କୁ ଏଣେତେଣେ ଛାଡ଼ିପାରିବେନି ମାଲିକ

ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଏ ନେଇ ଅନୁଷ୍ଠିତ ଏକ ବୈଠକରେ ଏ ସମ୍ପର୍କିତ ନିଷ୍ପତ୍ତି ହୋଇଛି।

BMC new Guidelines

BMC new Guidelines

Advertisment

ରାଜଧାନୀ ରାଜରାସ୍ତାରେ ବୁଲା ଗାଈଗୋରୁଙ୍କୁ ମୁକ୍ତ ବିଚରଣ ରୋକିବାକୁ ବିଏମସିର ନୂଆ ଗାଇଡଲାଇନ୍। ଏଣିକି ଗାଈଗୋରୁଙ୍କୁ ରାସ୍ତା କିମ୍ବା ଏଣେତେଣେ ଛାଡ଼ିପାରିବେନି ମାଲିକ। ଯଦି ଛାଡ଼ିବେ, ତେବେ ବିଏମସି ସେଭଳି ଗାଈଗୋରୁଙ୍କୁ ଗୋଶାଳାକୁ ଉଠାଇ ନେବ। ଆଉ ଯେଉଁ ମାଲିକ ସେମାନଙ୍କ ଗାଈ ବୋଲି ଦାବି କରିବେ, ସେମାନଙ୍କ ବିରୋଧରେ ଆଇନ୍ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ।

Advertisment

ଆଜି ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଏ ନେଇ ଅନୁଷ୍ଠିତ ଏକ ବୈଠକରେ ଏ ସମ୍ପର୍କିତ ନିଷ୍ପତ୍ତି ହୋଇଛି। ବୁଲା ଗାଈଗୋରୁଙ୍କ ପାଇଁ ସହରରେ ଯାନବାହନ ଚଳାଚଳରେ ବାଧା, ଟ୍ରାଫିକ୍ ସମସ୍ୟା ଏବଂ ଦୁର୍ଘଟଣା ଘଟୁଥିବାରୁ ଏହାକୁ ରୋକିବା ଲାଗି ଏଭଳି ପଦକ୍ଷେପ ନେବାକୁ ଯାଉଛି ବିଏମସି।

ଆଜିର ବୈଠକରେ ବିଏମସି କର୍ତ୍ତୃପକ୍ଷ ଏହି ଯୋଜନା କାର୍ଯ୍ୟକାରୀ କରିବା ଲାଗି ବ୍ରହ୍ମଗିରି, ଜଟଣୀ, ବେଗୁନିଆ ଆଦି ସ୍ଥାନରେ ଥିବା ଗୋଶାଳା କର୍ମକର୍ତ୍ତାଙ୍କ ସହ ଏ ସମ୍ପର୍କରେ ଆଲୋଚନା କରାଯାଇଛି।

Advertisment
Smart City BMC Guidelines
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ