Bus Accident In Khorda
ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍। ଖୋର୍ଦ୍ଧା - ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥର ବାଘମାରୀ ନିକଟରେ ବସ୍ଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ି ଓଲଟି ପଡ଼ିବା ଯୋଗୁ ୧୨ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ଜଣ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ଅନ୍ୟ ଆହତଙ୍କୁ ଚିକିତ୍ସା ପାଇଁ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁସାରେ, ବସ୍ଟି ୪୦ ଜଣ ଯାତ୍ରୀଙ୍କ ଧରି ବଲାଙ୍ଗିରରୁ ଭୁବନେଶ୍ୱର ଅଭିମୁଖେ ଆସୁଥିଲା। ଏହି ସମୟରେ ଗାଡ଼ିଟି ଭାରସାମ୍ୟ ହରାଇ ବାଘମାରୀ ନିକଟରେ ବିଲ ଭିତରକୁ ଓଲଟି ପଡ଼ିଥିଲା। ଖବର ପାଇ ସ୍ଥାନୀୟ ଲୋକ ଓ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଯାତ୍ରୀଙ୍କୁ ଉଦ୍ଧାର କରି ହସ୍ପିଟାଲ୍ରେ ଭର୍ତ୍ତି କରିଥିଲେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1667526866.jpg)