Advertisment

ଭାରସାମ୍ୟ ହରାଇ କେନାଲକୁ ଖସିଲା ବସ୍ : ଅଳ୍ପକେ ବର୍ତ୍ତିଲେ ୫୦ ଯାତ୍ରୀ

କେନାଲକୁ ଖସିପଡ଼ିଲା ଯାତ୍ରୀବାହୀ ବସ୍ ।

ଅଦ୍ୟତନ ହୋଇଛି
accident

accident

Advertisment

ଭାରସାମ୍ୟ ହରାଇ କେନାଲକୁ ଖସିଲା ଯାତ୍ରୀବାହୀ ବସ୍ । ଅଳ୍ପକେ ବର୍ତ୍ତିଲେ ୫୦ ଯାତ୍ରୀ । ବୌଦ୍ଧ ୫୭ ନମ୍ବର ଜାତୀୟ ରାଜପଥର ମାଧପୁର ନିକଟରେ ଘଟିଛି ଏହି ଦୁର୍ଘଟଣା । ଫୁଲବାଣୀରୁ ଭୁବନେଶ୍ୱର ଯାଉଥିବା ସାରଳା ନାମକ ଏକ ବସ୍ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସି ଯାଇଛି ।

Advertisment

ବସରେ ପ୍ରାୟ ୫୦ ଜଣ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ତେବେ ସୌଭାଗ୍ୟବଶତଃ କେହି ବି ଆହତ ହୋଇନାହାନ୍ତି । ତେବେ ବସଟି କେନାଲରେ ଝୁଲି ରହିଛି । କିପରି ବସକୁ ସେଠୁ ବାହାର କରାଯିବ ଏବେ ସେ ନେଇ ଯୋଜନା କରାଯାଉଛି ।

ଡ୍ରାଇଭରର ଆଖି ଲାଗିଯିବା ଯୋଗୁ ଏପରି ଦୁର୍ଘଟଣା ଘଟିଥିବା  କୁହାଯାଉଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisment
Bus Accident Accident
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ