'ଆଜି ମାନିଲୁ, ୨୬କୁ ଅପେକ୍ଷା କଲୁ'; ୩୧ ଯାଏଁ ଗଡ଼ିବ ବସ୍‌

ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଧର୍ମଘଟ ସ୍ଥଗିତ ରଖିବାକୁ ନିଷ୍ପତି ନେଇଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ।

Bus Strike

ସ୍ଥଗିତ ରହିଲା ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ଆନ୍ଦୋଳନ । ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଧର୍ମଘଟ ସ୍ଥଗିତ ରଖିବାକୁ ନିଷ୍ପତି ନେଇଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ । ଏ ନେଇ ଜିଲ୍ଲା ସଂଘଗୁଡ଼ିକ ସହ ଆଲୋଚନା ପରେ ନିଷ୍ପତ୍ତି ନେଇ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ । 

ଆଜି ପରିବହନ ମନ୍ତ୍ରୀଙ୍କ ସହ ଦୀର୍ଘ ୧ ଘଣ୍ଟା ଧରି ଆଲୋଚନା କରିଥିଲା ରାଜ୍ୟ ଘରୋଇ ବସ୍ ମାଲିକ ସଂଘ । ବୈଠକରେ ସମସ୍ତ ଦାବି ଓ ପ୍ରସଙ୍ଗରେ ଆଲୋଚନା ହୋଇଥିଲେ ବି ଧର୍ମଘଟ ପ୍ରତ୍ୟାହାର ନେଇ କୌଣସି ନିଷ୍ପତ୍ତି ନେଇ ପାରିନଥିଲା ଘରୋଇ ବସ୍ ମାଲିକ ସଂଘ । ଆଲୋଚନା ପରେ, ଧର୍ମଘଟ ବନ୍ଦ କରି ମାଲିକ ସଂଘ ସହଯୋଗ କରିବେ ବୋଲି ପରିବହନ ମନ୍ତ୍ରୀ ଟୁକୁନି ସାହୁ କହିଥିଲେ ।

ହେଲେ ଜିଲ୍ଲା ସଂଘଗୁଡ଼ିକ ସହ ଆଲୋଚନା ନକରିବା ଯାଏଁ, ଆନ୍ଦୋଳନ ପ୍ରତ୍ୟାହର ନିଷ୍ପତ୍ତି ନିଆଯାଇପାରିବ ନାହିଁ ବୋଲି ସୂଚନା ଦେଇଥିଲେ ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ସାଧାରଣ ସଂପାଦକ ଦେବେନ୍ଦ୍ର ସାହୁ । ସେ କହିଛନ୍ତି ଯେ ଏବେଠୁ ବସ୍‌ ଚଳାଚଳ ସ୍ୱାଭାବିକ ହେବ । ଆସନ୍ତା ୨୬ ତାରିଖ ଆଲୋଚନାକୁ ଅପେକ୍ଷା କରିଛୁ । ଆସନ୍ତା ୨୬ରେ କ’ଣ ଲିଖିତ ପ୍ରତିଶ୍ରୁତି ମିଳୁଛି ତାହାକୁ ଅପେକ୍ଷା ରହିଲା । ଯାତ୍ରୀଙ୍କ ଅସୁବିଧା ପାଇଁ ପୁଣି ଥରେ ଆମେ କ୍ଷମା ମାଗୁଛୁ ।