• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ବସ୍-ଟ୍ରକ ଧକ୍କା ମୁହାଁମୁହିଁ ଧକ୍କା, ୮ ଜଣ ଗୁରତର ଆହତ । ଗଂଜାମର ତାରାତାରିଣୀ ମନ୍ଦିର ଦର୍ଶନ ସାରି ଫେରୁଥିବା ବେଳେ ଏହି ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି । ମନ୍ଦିର ପାହାଡ଼ ରାସ୍ତାରେ ଏହି ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ଟ୍ରକ ଡ୍ରାଇଭର ଗୁରୁତର ଆହତ ହୋଇଥିବା ବେଳେ ବସର ୭ ଜଣ ଯାତ୍ରୀ ମଧ୍ୟ ଆହତ ହୋଇଛନ୍ତି ।

ସ୍ଥାନୀୟ ପୋଲସର ଅଞ୍ଚଳର କିଛି ବ୍ୟକ୍ତି ମାଆ ତାରାତାରିଣୀଙ୍କ ଦର୍ଶନ ସାରି ବସ୍ ଯୋଗେ ଫେରୁଥିଲେ । ତେବେ ବିପରିତ ଦିଗରୁ ଆସୁଥିବା ଏକ ଟ୍ରକ ସହ ବସଟି ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଓ ଅଗ୍ନିଶମ ବାହନୀର କର୍ମଚାରୀ ଆହତଙ୍କୁ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ ।

ତେବେ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି । ଘଟଣା ସ୍ଥଳରେ ପୁରଷୋତ୍ତମପୁର ପୋଲିସ ପହଞ୍ଚି ତଦନ୍ତ ଚଳାଇଛି ।