Cancer hospital to be established at NISER Bhubaneswar campus
୬୫୦ କୋଟି ଟଙ୍କା ବ୍ୟୟରେ ନାଇଜର ଭୁବନେଶ୍ୱର ଠାରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ କ୍ୟାନ୍ସର ହସ୍ପିଟାଲ୍। ହସ୍ପିଟାଲ ନିର୍ମାଣ ପାଇଁ କେନ୍ଦ୍ର ସରକାର ୪ ଶହ କୋଟି ଏବଂ ଟାଟା ଟ୍ରଷ୍ଟ ୨୫୦ କୋଟି ଟଙ୍କା ଦେବେ। ଆସନ୍ତା ୩ ବର୍ଷ ମଧ୍ୟରେ ହସ୍ପିଟାଲ ନିର୍ମାଣ କାର୍ଯ୍ୟକୁ ଶେଷ କରିବାର ଲକ୍ଷ୍ୟ ରଖାଯାଇଥିବା ବେଳେ ଦକ୍ଷତା ବିକାଶ ଏବଂ ଉଦ୍ୟମତା ମନ୍ତ୍ରଣାଳୟ ଅତିରିକ୍ତ ୧୦ ଏକର ପରିମିତ ଜମି ଯୋଗାଇବ।
ଏନେଇ ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ରମନ୍ତ୍ରୀଙ୍କ ମଧ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। କ୍ୟାମ୍ପସରେ ମେଡ଼ିକାଲ କର୍ମଚାରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର ଖୋଲା ଯିବାକୁ ନିଷ୍ପତ୍ତି ନିଆଯାଇଛି। ବୈଠକରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ଟାଟା ମେମୋରିଆଲ ସେଣ୍ଟରର ଅଧିକାରୀ, ଶିକ୍ଷା ଏବଂ ଦକ୍ଷତା ବିକାଶ ଓ ଉଦ୍ୟମତା ମନ୍ତ୍ରଣାଳୟ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଏବଂ ଆଟୋମିକ ଏନର୍ଜି ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ଏହି ହସ୍ପିଟାଲ୍ ନିର୍ମାଣ ହେଲେ ଓଡ଼ିଶାବାସୀ ଉପକୃତ ହୋଇପାରିବେ ଓ ଏହି କ୍ଷେତ୍ରରେ ଅଧିକରୁ ଅଧିକ ଗବେଷଣା ହୋଇପାରିବ ବୋଲି କେନ୍ଦ୍ରଶିକ୍ଷା ମନ୍ତ୍ରୀ କହିଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1658902589.jpg)