Advertisment

ଆଜି ଶପଥ ନେବେ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

ଗତ ୨ ତାରିଖରେ ଏନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ, ଆଜି ଶପଥ ଗ୍ରହଣ କରିବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ।

ଅଦ୍ୟତନ ହୋଇଛି
Orissa HC Chief Justice Chakradhari Sharan Singh Oath Taking Ceremony

Orissa HC Chief Justice

Advertisment

ଆଜି ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ରାଜ୍ୟପାଳ ରଘୁବର ଦାସ। ଗତ ୨ ତାରିଖରେ ଏନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ, ଆଜି ଶପଥ ଗ୍ରହଣ କରିବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ।

Advertisment

ଏହା ପୂର୍ବରୁ ସେ ପାଟନା ହାଇକୋର୍ଟରେ ବିଚାରପତି ଥିଲେ। ୧୯୬୩ ଜାନୁୟାରୀ ୨୦ ତାରିଖରେ ଜନ୍ମିତ ଜଷ୍ଟିସ ଶରଣ ସିଂ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିବା ପରେ, ୧୯୯୦ ଜାନୁୟାରୀରେ ପାଟନା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ। ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ ଭାବେ ସେ ୨୨ବର୍ଷ ଧରି କାର୍ଯ୍ୟ କରିଛନ୍ତି।

୨୦୧୨ ଏପ୍ରିଲ ୫ ତାରିଖରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ୨୦୨୫ ଜାନୁୟାରୀ ମାସରେ ଅବସର ନେବେ।

Advertisment
Orissa High Court Orissa HC Chief Justice High Court Oath Taking Ceremony
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ