Odia Athletes
ଅନ୍ତର୍ଜାତୀୟ ସୁଟର ଶ୍ରୀୟଙ୍କା ଷଡ଼ଙ୍ଗୀ ଓ ପାରା ଆଥଲେଟ ଜୟନ୍ତୀ ବେହେରାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା । ନବୀନ ନିବାସ ଠାରେ ଦୁଇ ଓଡିଆ ଅନ୍ତର୍ଜାତୀୟ କ୍ରୀଡା ତାରକା ଶ୍ରୀୟଙ୍କା ଷଡଙ୍ଗୀ ଓ ଜୟନ୍ତୀ ବେହେରାଙ୍କୁ ମୁଖ୍ୟମନ୍ତ୍ରୀ ଆର୍ଥିକ ପୁରସ୍କାର ସହିତ ସମ୍ବର୍ଦ୍ଧିତ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀୟଙ୍କାଙ୍କୁ ୨ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରିଥିବା ବେଳେ ପାରା ଆଥଲେଟ୍ ଜୟନ୍ତୀ ବେହେରାଙ୍କୁ ୧୫ ଲକ୍ଷ ଟଙ୍କା ପୁରସ୍କାର ଦେଇଛନ୍ତି ।
ଏହାସହ ଦୁଇ ବାଳିକା କ୍ରୀଡାବିତଙ୍କୁ ସେମାନଙ୍କର ସଫଳତା ପାଇଁ ଉଚ୍ଚ ପ୍ରଶଂସା କରିଛନ୍ତି ନବୀନ । ସାରା ବିଶ୍ୱରେ ସେମାନେ ଓଡ଼ିଶା ପାଇଁ ସୁନାମ ଆଣିଥିବାରୁ ଶ୍ରୀୟଙ୍କା ଓ ଜୟନ୍ତୀ ଓଡ଼ିଶାର ଗୌରବ ବୋଲି କହିଥିଲେ । ଶ୍ରୀୟଙ୍କା ନିକଟରେ କାଇରୋ ଠାରେ ଅନୁଷ୍ଠିତ I SSF ବିଶ୍ୱକପ୍ ସୁଟିଂ ପ୍ରତିଯୋଗିତାରେ ୫୦ ମିଟର ରାଇଫଲ ୩ ପୋଜିସନରେ ବ୍ରୋଞ୍ଜ ମେଡାଲ ପାଇଛନ୍ତି ।
ସେହିପରି ଜୟନ୍ତୀ ବେହେରା ଦୁବାଇ ଠାରେ ଅନୁଷ୍ଠିତ ବିଶ୍ ପାରା ଆଥଲେଟିକ୍ସ ପ୍ରତିଯୋଗିତାରେ ୩ଟି ମେଡାଲ ହାସଲ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି. କେ. ପାଣ୍ଡିଆନ ଓ କ୍ରୀଡ଼ା ସଚିବ ଭିନିଲ କ୍ରିଷ୍ଣା ଉପସ୍ଥିତ ଥିଲେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)