/odishatv-khabar/media/post_attachments/uploadimage/library/16_9/16_9_0/IMAGE_1653044649.jpg)
Chilika MLA Prashant Jagdev might be sent to jail again
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ପାଇଁ ପୁଣି ବଢ଼ିଲା ଅଡୁଆ । ଲୋକଙ୍କ ଉପରେ ଗାଡ଼ି ମଡ଼ାଇବା ଅଭିଯୋଗରେ ଦ୍ୱିତୀୟ ଥର ପାଇଁ ଜେଲ୍ ଯାଇପାରନ୍ତି ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ କୋର୍ଟରୁ ଅନ୍ତରୀଣ ଜାମିନ ପାଇଥିଲେ ବିଧାୟକ । ତେବେ ନିୟମିତ ଜାମିନ ଆବେଦନ ଖାରଜ ହେବାରୁ ପୁଣି ଜେଲ ଯାଇପାରନ୍ତି ପ୍ରଶାନ୍ତ ଜଗଦ୍ଦେବ ।
ସୂଚନା ଅନୁସାରେ, ଗତ ମାର୍ଚ୍ଚ ୧୨ ତାରିଖରେ ବାଣପୁର ବ୍ଲକ ଅଫିସ ସାମ୍ନାରେ ଲୋକଙ୍କ ଉପରେ ଗାଡ଼ି ମଡ଼ାଇ ଦେଇଥିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ଦିନ ଜୋରଜବରଦସ୍ତ ଭିଡ଼ ଭିତରକୁ ବିଧାୟକ ଗାଡ଼ି ନେଇଥିଲେ। ଏହାପରେ ଲୋକଙ୍କ ଉପରକୁ ଗାଡ଼ି ଚଢ଼ାଇ ଦେଇଥିଲେ। ଯେଉଁଥିରେ ଏକାଧିକ ବ୍ୟକ୍ତି, ପୋଲିସ୍ ଏବଂ ସାମ୍ବାଦିକ ଆହତ ହୋଇଥିଲେ।
ଘଟଣା ପରେ ଲୋକେ ପ୍ରଶାନ୍ତଙ୍କୁ ନିସ୍ତୁକ ପିଟିଥିଲେ। ଏହାପରଠୁ ସେ ହସ୍ପିଟାଲ୍ରେ ଚିକିତ୍ସିତ ହେଉଥିଲେ। ହସ୍ପିଟାଲରୁ ଡିସ୍ଚାର୍ଜ ହେବା ପରେ ପୋଲିସ ତାଙ୍କୁ ଗିରଫ କରିଥିଲା ଓ ସେ ଜେଲ୍ ଯାଇଥିଲେ। ଜେଲ୍ରୁ ମୁକୁଳିବା ପାଇଁ ପ୍ରଶାନ୍ତ ଜାମିନ ଆବେଦନ କରିଥିଲେ ମଧ୍ୟ ଏହା ଖାରଜ ହୋଇଯାଇଥିଲା।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)