Advertisment

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଚିଲିକା ବିଧାୟକ

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ନିମ୍ନ ଅଦାଲତରେ ଜାମିନ ଖାରଜ ହେବାରୁ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଅଗ୍ରାହ୍ୟ କରିବା ସହ ନିମ୍ନ ଅଦାଲତରେ ଆବେଦନ ଲାଗି କହିଥିଲେ।

ଅଦ୍ୟତନ ହୋଇଛି
undefined

Orissa High Court

Advertisment

କଟକ: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ନିମ୍ନ ଅଦାଲତରେ ଜାମିନ ଖାରଜ ହେବାରୁ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ବାଲୁଗାଁ ବିଜେପି ମଣ୍ଡଳ ସଭାପତିଙ୍କୁ ମାଡ଼ ମାମଲାରେ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ ହୋଇଛି। 

Advertisment

ଗତ ସେପ୍ଟେମ୍ବର ୮ ତାରିଖରେ ବାଲୁଗାଁ ଏନ୍‌ଏସି ଅଫିସ ସାମ୍ନାରେ ବାଲୁଗାଁ ବିଜେପି ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ଆକ୍ରମଣ ନେଇ ବିଧାୟକଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ଏହାପରେ ଜାମିନ ଆବେଦନ ପାଇଁ ସେ ଗତ ୫ ତାରିଖରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ତେବେ ହାଇକୋର୍ଟ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଅଗ୍ରାହ୍ୟ କରିବା ସହ ନିମ୍ନ ଅଦାଲତରେ ଆବେଦନ ଲାଗି କହିଥିଲେ। ହେଲେ ନିମ୍ନ ଅଦାଲତରେ ମଧ୍ୟ ପ୍ରଶାନ୍ତଙ୍କ ଜାମିନ ଆବେଦନ ଖାରଜ ହୋଇଥିଲା।  

Advertisment

ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ବିରୋଧରେ ମାରଧର, ଗାଳି ଫଜିଲ କି ଧମକାଇବା ଭଳି ଅଭିଯୋଗ ନୂଆ ନୁହେଁ। ପୂର୍ବରୁ ପୁରୀର ତତ୍କାଳୀନ ଏସ୍‌ପିଙ୍କୁ ଠେଲାପେଲା, ବେଗୁନିଆର ତତ୍କାଳୀନ ମହିଳା ବିଡିଓଙ୍କୁ ମାଡ଼ ମାରିବା, ଭୁବନେଶ୍ୱର ବାସଭବନ ନିକଟରେ ଜଣେ ହୋଟେଲ ମାଲିକଙ୍କୁ ଧମକାଇବା ଓ ବୌଦ୍ଧ ମନମୁଣ୍ଡାରେ କଳା ପତାକା ଦେଖାଉଥିବା ବିଜେପି କର୍ମୀଙ୍କୁ ଗୋଡ଼ାଇ ଗୋଡ଼ାଇ ଗୋଇଠା ମାରିବା ଭଳି ଭଳି ସଙ୍ଗୀନ ଅଭିଯୋଗ ଆସିଥିଲା। ହେଲେ ଏ ସବୁ ଘଟଣାରେ ମାଫ୍ ପାଇଯାଉଥିବା ଜଗଦେବଙ୍କୁ କିନ୍ତୁ ଏହି ଘଟଣା ମହଙ୍ଗା ପଡ଼ିଥିଲା।

Orissa High Court Chilika MLA Chilika MLA Prashant Jagdev
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ