/odishatv-khabar/media/post_attachments/uploadimage/library/16_9/16_9_0/IMAGE_1683285676.jpg)
DY Chandrachud, CJI
ଦୁଇ ଦିନିଆ ଓଡିଶା ଗସ୍ତରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଡି. ୱାଇ. ଚନ୍ଦ୍ରଚୂଡ଼। ଜଷ୍ଟିସ ଚନ୍ଦ୍ରଚୂଡ଼ ଆଜି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ଶ୍ରୀଜିଉଙ୍କ ଦର୍ଶନ ଲାଗି ପୁରୀ ଯାଇଛନ୍ତି। ପୁରୀରେ ପହଞ୍ଚିବା ପରେ ମୁଖ୍ୟ ଶାସନ ସଚିବ, ପୁରୀ ଜିଲ୍ଲାପାଳ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରମୁଖ ତାଙ୍କୁ ସ୍ବାଗତ କରିବା ସହ ଶ୍ରୀମନ୍ଦିରକୁ ପାଛୋଟି ନେଇଥିଲେ।
ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଆସନ୍ତାକାଲି କଟକ ଜୁଡିସିଆଲ ଏକାଡେମୀରେ ହେବାକୁ ଥିବା ନ୍ୟାସନାଲ କନ୍ଫରେନସ ଅନ ଡିଜିଟାଇଜେସନ ପେପରଲେସ କୋର୍ଟ ସମ୍ମିଳନୀରେ ଯୋଗ ଦେବେ। ଏହି ସମ୍ମିଳନୀରେ ଦେଶର ବିଭିନ୍ନ ହାଇକୋର୍ଟର ବିଚାରପତିମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
#ଭୁବନେଶ୍ବରରେ_ପ୍ରଧାନ_ବିଚାରପତି
ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି । ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଡି.ୱାଇ ଚନ୍ଦ୍ରଚୁଡ଼ ପହଞ୍ଚିଲେ । ଆଜି ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ, କାଲି କଟକରେ କାର୍ଯ୍ୟକ୍ରମ#Bhubaneswar#OTVpic.twitter.com/A6pbfIpFoM— ଓଟିଭି (@otvkhabar) May 5, 2023
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)