• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

କଟକ ଛତ୍ରବଜାର ପରିବା ମାର୍କେଟ ନିକଟ ପୋଲ ଭୁଶୁଡି ଘଟଣାରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ଲାଗି ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି । ଏଥିସହ ଆହତଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।କେଉଁ ପରିସ୍ଥିତିରେ ଏଭଳି ଘଟଣା ଘଟିଲା ତାର RDC ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ତେବେ ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ଆଉ ଜଣଙ୍କର ଅବସ୍ଥା ଗୁରୁତର ରହିଛି । ମୃତକ ହେଲେ କେନ୍ଦୁଝର ଗମାଡିହ ଗାଁର କୀର୍ତ୍ତନ ଦେହୁରୀ ଏବଂ ଅଜିତ ଦେହୁରୀ । ଗୁରୁତର ଆହତ ଜଣକ ହେଲେ ଚନ୍ଦ୍ର ଦେହୁରୀ । ଛତ୍ରବଜାରରୁ ମାଲଗୋଦାମ ସଂଯୋଗ କରୁଥିବା ପୋଲ କାମ ଚାଲିଥିବା ବେଳେ ଆଜି ହଠାତ୍ ସାଇଡ୍ ଓ୍ବାଲ୍ ଭୁଶୁଡ଼ି ପଡ଼ିଥିଲା।

ଫଳରେ ପୋଲ ତଳେ ୩ ଜଣ ଚାପି ହୋଇଯାଇଥିଲେ। ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ଉଦ୍ଧାର କାର୍ଯ୍ୟ ଚଳାଇଥିଲା ଓଡ୍ରାଫ୍ ଟିମ୍। ପରେ ଭଗ୍ନାଂଶ ତଳୁ ଗୁରୁତର ଅବସ୍ଥାରେ ୩ ଜଣଙ୍କୁ ଉଦ୍ଧାର କରି ଏସସିବି ମେଡିକାଲ ପଠାଯାଇଥିଲା। ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି।