Advertisment

‘ଓଡ଼ିଶାରେ ଟ୍ରାନ୍ସଫରମେସନର ନୂଆ ଯୁଗ ଆରମ୍ଭ’

‘ଗାଁର ପ୍ରତିଭାବାନ ପିଲାଙ୍କ ପାଇଁ ରାଜ୍ୟରେ ଆଦର୍ଶ ବିଦ୍ୟାଳୟ ଆରମ୍ଭ ହୋଇଛି। ୩୧୫ ଆଦର୍ଶ ବିଦ୍ୟାଳୟରେ ୧ ଲକ୍ଷ ପିଲା ପାଠ ପଢୁଛନ୍ତି। ୫ ହଜାର ଝିଅଙ୍କ ପାଇଁ ଆଦର୍ଶ ବିଦ୍ୟାଳୟରେ ୫୦ଟି ହଷ୍ଟେଲ ରହିଛି’ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଅଦ୍ୟତନ ହୋଇଛି
 CM Naveen Patnaik on 76th I-Day

CM Naveen Patnaik on 76th I-Day

Advertisment

ରାଜଧାନୀ ଭୁବନେଶ୍ୱର ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହାସହ ଦେଶ ପାଇଁ ସହିଦ ହୋଇଥିବା ଯବାନଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ‘୭୫ ବର୍ଷରେ ଓଡ଼ିଶା ଦେଶକୁ ଅନେକ କ୍ଷେତ୍ରରେ ରାସ୍ତା ଦେଖାଇଛି। ଅନେକ କ୍ଷେତ୍ରରେ ଓଡ଼ିଶା ଦେଶ ପାଇଁ ମାର୍ଗଦର୍ଶକ ହୋଇଛି। ଓଡ଼ିଶାରେ ଆଜି ଟ୍ରାନ୍ସଫରମେସନର ନୂଆ ଯୁଗ ଆରମ୍ଭ ହୋଇଛି।’

Advertisment

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ‘ଖାଦ୍ୟ ଅଭାବ ରାଜ୍ୟରୁ ଖାଦ୍ୟ ବଳକା ରାଜ୍ୟ ଭାବେ ଉଭା ହୋଇଛି ଓଡ଼ିଶା। ବିପର୍ଯ୍ୟୟ ମୁକାବିଲାରେ ବିଶ୍ୱ ପାଇଁ ଆଦର୍ଶ ସୃଷ୍ଟି କରିଛି। କ୍ରୀଡ଼ା କ୍ଷେତ୍ରରେ ରାଜ୍ୟ ଦେଶରେ ହବ୍ ପାଲଟିଛି। ୭୦ ଲକ୍ଷ ମା’ଙ୍କୁ ସଶକ୍ତ କରିବାର ମାଇଲଖୁଣ୍ଟ ରାଜ୍ୟ ହାସଲ କରିଛି। ଶିକ୍ଷା ଆମର ଫୋକସ୍, ଉନ୍ନତ ମାନର ଶିକ୍ଷା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ।’

Advertisment

‘ଗାଁର ପ୍ରତିଭାବାନ ପିଲାଙ୍କ ପାଇଁ ରାଜ୍ୟରେ ଆଦର୍ଶ ବିଦ୍ୟାଳୟ ଆରମ୍ଭ ହୋଇଛି। ୩୧୫ ଆଦର୍ଶ ବିଦ୍ୟାଳୟରେ ୧ ଲକ୍ଷ ପିଲା ପାଠ ପଢୁଛନ୍ତି। ୫ ହଜାର ଝିଅଙ୍କ ପାଇଁ ଆଦର୍ଶ ବିଦ୍ୟାଳୟରେ ୫୦ଟି ହଷ୍ଟେଲ ରହିଛି। ଗ୍ରାମାଞ୍ଚଳରେ ଭିତ୍ତିଭୂମି ପ୍ରକଳ୍ପର ୩ ହଜାର ସ୍ମାରକୀ ସ୍ଥାପନ ହୋଇଛି। ଜନଜାତି ବର୍ଗର ବିକାଶ ପାଇଁ ଓଡ଼ିଶା ବହୁତ ଭଲ କାମ କରିଛି’ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। 

ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଆଞ୍ଚଳିକ ମାନସିକତାରୁ ବାହାରି ଜାତୀୟ ସ୍ୱାର୍ଥ ପାଇଁ କାମ କରୁଛୁ। ୨୫ ବର୍ଷ ପରେ ସ୍ୱାଧୀନତାର ଶତବାର୍ଷିକୀ ପାଳନ କରିବୁ। ଦେଶର ବିକାଶରେ ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରହିବ। ୭୫ ବର୍ଷରେ ଦେଶ କୃଷି, ଶିକ୍ଷା, ସ୍ୱାସ୍ଥ୍ୟ ଆଦିରେ ଆଗକୁ ଯାଇଛି।’

Advertisment
CM Naveen Patnaik Independence Day Azadi Ka Amrit Mahotsav Independence Day 2022
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ