/odishatv-khabar/media/post_attachments/uploadimage/library/16_9/16_9_0/IMAGE_1651480562.jpg)
Kalia Money
ଚାଷୀଙ୍କ ଖାତାକୁ ଗଲା କାଳିଆ ଟଙ୍କା । କାଳିଆ ଯୋଜନାର କିସ୍ତି ଟଙ୍କା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ । ୪୦ ଲକ୍ଷରୁ ଅଧିକ ଚାଷୀଙ୍କ ଆକାଉଣ୍ଟକୁ ଗଲା ୮୦୪ କୋଟି ଟଙ୍କା । ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କୁ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ।
Advertisment
ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଆୟୋଜନ କରାଯାଇ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାଦ୍ଆରା ୪୦ ଲକ୍ଷରୁ ଊର୍ଦ୍ଧ୍ୱ, କ୍ଷୁଦ୍ର ଓ ନାମମାତ୍ର ଚାଷୀ ଲାଭ ପାଇଛନ୍ତି । ହିତାଧିକାରୀଙ୍କ ଆକାଉଣ୍ଟକୁ ୨୦୦୦ ଟଙ୍କା ଲେଖାଏ ପଠାଯାଇଛି ।
ବର୍ଷକୁ ଦୁଇଟି କିସ୍ତିରେ କାଳିଆ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ପଠାଯିବ ବୋଲି ନିଷ୍ପତ୍ତି ହୋଇଥିଲା । ଖରିପ ଚାଷ ପାଇଁ ୨୦୦୦ ଟଙ୍କା ଓ ରବି ଚାଷ ପାଇଁ ୨୦୦୦ ଟଙ୍କା ଦିଆଯିବ ବୋଲି ଘୋଷଣା କରାଯାଇଥିଲା । ଗତବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀ ଚାଷୀଙ୍କୁ କାଳିଆ ଟଙ୍କା ପ୍ରଦାନ କରିଥିଲେ । ମୋଟ ୯୨୦ କୋଟି ଟଙ୍କା ଚାଷୀଙ୍କ ଖାତାକୁ ଯାଇଥିଲା ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)