• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଭାଟିକାନ୍ ସିଟିରେ ପୋପ୍ ଫ୍ରାନସିସଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ମୁଖ୍ୟମନ୍ତ୍ରୀ ଏକ ପ୍ରତିନିଧି ଦଳ ସହ ଆଜି ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ସେଠାରୁ ୨୦ ତାରିଖ ଅପରାହ୍ନରେ ଇଟାଲୀର ରୋମ୍ ଅଭିମୁଖେ ଯାତ୍ରା ଆରମ୍ଭ କରିବେ । ୱାଲର୍ଡ ଫୁଡ୍ ପ୍ରୋଗାମ୍ ପକ୍ଷରୁ ରୋମ୍ ସ୍ଥିତ ମୁଖ୍ୟ କାର୍ଯ୍ୟାଳୟକୁ ମୁଖ୍ୟମନ୍ତ୍ରୀଙ୍କୁ ଆମନ୍ତ୍ରିତ କରାଯାଇଛି । ଖାଦ୍ୟ ସୁରକ୍ଷା ଅଭିଯାନ ଓ ବିପର୍ଯ୍ୟୟ ପରିଚାଳନା ନେଇ ମୁଖ୍ୟମନ୍ତ୍ରୀ ସେଠାରେ ତାଙ୍କର ମତ ରଖିବେ ।

ଏଥିସହ ୱାଲର୍ଡ ଫୁଡ୍ ପ୍ରୋଗ୍ରାମରେ ଏକଜିକ୍ୟୁଟିଭ୍ ଡିରେର ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ଭେଟିବାର କାର୍ଯ୍ୟକ୍ରମ ରହିଛି । ରୋମରେ ରହଣି ଭିତରେ ମୁଖ୍ୟମନ୍ତ୍ରୀ ଭାଟିକାନ୍ ସିଟିରେ ପୋପ୍ ଫ୍ରାନସିସଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଏଥିସହ ୟୁରୋପର ବିଭିନ୍ନ ଦେଶର ପ୍ରତିନିଧିଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ । ୨୦ରୁ ୨୬ ତାରିଖ ଯାଏ ମୁଖ୍ୟମନ୍ତ୍ରୀ ରୋମରେ ରହିବେ । ୨୬ରୁ ରୋମରୁ ଦୁବାଇ ଅଭିମୁଖେ ଯାତ୍ରା କରିବେ । ସେଠାରେ ପୁଞ୍ଜିନିବେଶକାରୀ ସମ୍ମିଳନୀରେ ଯୋଗ ଦେବା ସହ ନିବେଶକଙ୍କ ସହ ଆଲୋଚନା କରିବେ ।

ମୁଖ୍ୟମନ୍ତ୍ରୀ ସହ ମୁଖ୍ୟ ଶାସନ ସଚିବ, ଫାଇଭ୍ ଟି ସଚିବ, ଖାଦ୍ୟ ଯୋଗାଣ ସଚିବ, ଶିଲ୍ପ ସଚିବ ଓ ନୂଆ ଦିଲ୍ଲୀ ଆବାସିକ କମିଶନର ବିଦେଶ ଗସ୍ତ କରିବେ । ୧୩ ଦିନିଆଗସ୍ତ ସାରି ଜୁନ୍ ୩୦ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବା ପରେ ନବୀନ ପଟ୍ଟନାୟକ ଦ୍ୱିତୀୟ ଥର ପାଇଁ ବିଦେଶ ଗସ୍ତରେ ଯାଉଛନ୍ତି ।