Advertisment

ବରଗଡ଼ରେ ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ଘଟଣା: ହାଇକୋର୍ଟରେ ମାମଲା ଦାଏର

ବରଗଡ଼ ପୋଲିସ୍ ହେପାଜତରେ ଗୋବିନ୍ଦ କୁମ୍ଭାର ମୃତ୍ୟୁ ମାମଲାକୁ ନେଇ ଭାରତ ବିକାଶ ପରିଷଦ ପକ୍ଷରୁ ହାଇକୋର୍ଟରେ ମାମଲା ଦାଏର କରାଯାଇଛି। ଏଥିରେ କେନ୍ଦ୍ର ଓ ରାଜ୍ୟ ସରକାର, ଡିଜିପି, ବରଗଡ଼ ଏସ୍‌ପି, ଥାନା IICଙ୍କୁ ପକ୍ଷଭୁକ୍ତ କରାଯାଇଛି।

author-image
Rajalaxmi Sahoo
ଗୋଟିଏ ପରେ ଗୋଟିଏ ମୋଡ଼ ନେଉଛି ନୟାଗଡ଼ ନାବାଳିକା ହତ୍ୟା ମାମଲା, ସାମ୍ନାକୁ ଆସିଲା ନୂଆ ତଥ୍ୟ

Highcourt

କଟକ: ବରଗଡ଼ ପୋଲିସ୍ ହେପାଜତରେ ଗୋବିନ୍ଦ କୁମ୍ଭାର ମୃତ୍ୟୁ ମାମଲାକୁ ନେଇ ଭାରତ ବିକାଶ ପରିଷଦ ପକ୍ଷରୁ ହାଇକୋର୍ଟରେ ମାମଲା ଦାଏର କରାଯାଇଛି। ଏଥିରେ କେନ୍ଦ୍ର ଓ ରାଜ୍ୟ ସରକାର, ଡିଜିପି, ବରଗଡ଼ ଏସ୍‌ପି, ଥାନା IICଙ୍କୁ ପକ୍ଷଭୁକ୍ତ କରାଯାଇଛି। ଏହାସହ ମୃତକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ଭାରତ ବିକାଶ ପରିଷଦ ଆବେଦନ କରିଛି। ଘଟଣାରେ ସିବିଆଇ କିମ୍ବା ଏକ ନିରପେକ୍ଷ ସଂସ୍ଥା ଦ୍ୱାରା ତଦନ୍ତ ଲାଗି ମଧ୍ୟ ଆବେଦନ ହୋଇଛି। 

Advertisment

ପୂର୍ବରୁ ଏହି ଘଟଣାରେ HRPC ଓ ବିଚାରବିଭାଗୀୟ ତଦନ୍ତ ନେଇ ବରଗଡ ଏସ୍‌ପି ରାହୁଲ ଜୈନ ADG HRPCଙ୍କୁ ଚିଠି ଲେଖି ଅନୁରୋଧ କରିଥିଲେ। ଏହି ମାମଲାରେ ବରଗଡ଼ ଟାଉନ ଥାନାର ୪ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟାନ୍ତର କରାଯାଇଛି। ଟାଉନ ଥାନାର ଜଣେ ସବ୍-ଇନ୍ସପେକ୍ଟର ଏବଂ ୨ ଜଣ ASIଙ୍କୁ କାର୍ଯ୍ୟାନ୍ତର କରାଯାଇଛି। ସେପ୍ଟେମ୍ବର ୨୫ ତାରିଖରେ ବରଗଡ଼ ସହର ଉପକଣ୍ଠ ତୋରା ତେଲିପଡ଼ାର ଯୁବକ ଗୋବିନ୍ଦ କୁମ୍ଭାରଙ୍କର ପୋଲିସ ହେପାଜତରେ ମୃତ୍ୟୁ ହୋଇଥିଲା।

Advertisment

ସୂଚନାଥାଉ କି, ଗତ ଜୁଲାଇ ମାସ ୨୦ ତାରିଖରେ ମାଡପିଟ ଘଟଣାକୁ ନେଇ ବରଗଡ଼ ଟାଉନ ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ବରଗଡ ତୋରା ଗ୍ରାମର ରାଧେଶ୍ୟାମ କୁମ୍ଭାରଙ୍କ ପୁଅ ଗୋବିନ୍ଦ କୁମ୍ଭାରଙ୍କୁ ପୋଲିସ ସେପ୍ଟେମ୍ବର ୨୪ ତାରିଖ ରାତିରେ ଟାଉନ ଥାନାକୁ ଉଠାଇ ଆଣିଥିଲା। ଏହା ପରଦିନ ସକାଳେ ଗୋବିନ୍ଦଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡିବାରୁ ପ୍ରଥମେ ପୁରୁଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ ଖେଦାପାଲି ସ୍ଥିତ ବରଗଡ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ତେବେ ଡାକ୍ତରଖାନାକୁ ପହଞ୍ଚିବା ପୂର୍ବରୁ ଗୋବିନ୍ଦଙ୍କ ମୃତ୍ୟୁ ହୋଇଥିବା ଡାକ୍ତର ସୂଚନା ଦେଇଥିଲେ।

Bargarh Orissa High Court Custodial Death
Advertisment
Advertisment