• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । କ୍ୟାବିନେଟ ବୈଠକରେ ମୋଟ ୧୫ଟି ପ୍ରସ୍ତାବକୁ ମଂଜୁରୀ ମିଳିଛି । କଟକ ରିଂ ରୋଡ୍ ୬ ଲେନ୍ ବିଶିଷ୍ଟ କରିବାକୁ କ୍ୟାବିନେଟ ନିଷ୍ପତ୍ତି ନେଇଥିବାବେଳେ ଖାନନଗର ଠାରୁ ଲିଙ୍କ୍ ରୋଡ୍ ପର୍ଯ୍ୟନ୍ତ ୬ ଲେନ୍ ହେବ ବୋଲି ସୂଚନା ଦିଆଯାଇଛି । ରିଂ ରୋଡ୍‌ରେ ହେବାକୁ ଥିବା ୬ ଲେନ୍ ପାଇଁ ୧୨୧ କୋଟି ୬୫ ଲକ୍ଷ ଟଙ୍କା ଖର୍ଚ୍ଚ ହେବ । ୨୪ ମାସ ମଧ୍ୟରେ କାର୍ଯ୍ୟ ଶେଷ କରିବାକୁ କ୍ୟାବିନେଟ ନିଷ୍ପତ୍ତି ନେଇଛି ।

ସେହିପରି ଭାରତୀୟ ହକି ଦଳର ଆଉ ୧୦ ବର୍ଷ ପ୍ରାୟୋଜକ ହେବ ଓଡ଼ିଶା । ୨୦୩୩ ପର୍ଯ୍ୟନ୍ତ ପ୍ରାୟୋଜକ ହେବାକୁ ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି । ଉଭୟ ଭାରତୀୟ ପୁରୁଷ ଓ ମହିଳା ହକି ଦଳର ପ୍ରାୟୋଜକ ଓଡ଼ିଶା ହେବ ବୋଲି କୁହାଯାଇଛି ।

  • Reported by:
  • HARIHARA CHAND