Cuttack Khannagar-Linkroad ring road to be expanded into 6-lane carriageway
ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । କ୍ୟାବିନେଟ ବୈଠକରେ ମୋଟ ୧୫ଟି ପ୍ରସ୍ତାବକୁ ମଂଜୁରୀ ମିଳିଛି । କଟକ ରିଂ ରୋଡ୍ ୬ ଲେନ୍ ବିଶିଷ୍ଟ କରିବାକୁ କ୍ୟାବିନେଟ ନିଷ୍ପତ୍ତି ନେଇଥିବାବେଳେ ଖାନନଗର ଠାରୁ ଲିଙ୍କ୍ ରୋଡ୍ ପର୍ଯ୍ୟନ୍ତ ୬ ଲେନ୍ ହେବ ବୋଲି ସୂଚନା ଦିଆଯାଇଛି । ରିଂ ରୋଡ୍ରେ ହେବାକୁ ଥିବା ୬ ଲେନ୍ ପାଇଁ ୧୨୧ କୋଟି ୬୫ ଲକ୍ଷ ଟଙ୍କା ଖର୍ଚ୍ଚ ହେବ । ୨୪ ମାସ ମଧ୍ୟରେ କାର୍ଯ୍ୟ ଶେଷ କରିବାକୁ କ୍ୟାବିନେଟ ନିଷ୍ପତ୍ତି ନେଇଛି ।
ସେହିପରି ଭାରତୀୟ ହକି ଦଳର ଆଉ ୧୦ ବର୍ଷ ପ୍ରାୟୋଜକ ହେବ ଓଡ଼ିଶା । ୨୦୩୩ ପର୍ଯ୍ୟନ୍ତ ପ୍ରାୟୋଜକ ହେବାକୁ ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି । ଉଭୟ ଭାରତୀୟ ପୁରୁଷ ଓ ମହିଳା ହକି ଦଳର ପ୍ରାୟୋଜକ ଓଡ଼ିଶା ହେବ ବୋଲି କୁହାଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1682342483.jpg)