Odisha govt raises DA by 3%
ଦଶହରା ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାରୀ କର୍ମଚାରୀଙ୍କ ୩% ମହଙ୍ଗା ଭତ୍ତା ସରକାର ବଢ଼ାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧%ରୁ ୩୪%କୁ ବୃଦ୍ଧି ପାଇଛି। ଏହା ଜାନୁଆରୀ ମାସରୁ ପିଛିଲା ଭାବରେ ଲାଗୁ କରାଯାଇଛି।
ସଂଶୋଧିତ ହାରରେ ପେନ୍ସନ୍ ପାଉଥିବା ପେନ୍ସନ୍ଭୋଗୀମାନଙ୍କ ଟି.ଆଇ ରେ ମଧ୍ୟ ୩% ବୃଦ୍ଧି କରାଯାଇଛି। କର୍ମଚାରୀ ଓ ପେନ୍ସନ୍ଭୋଗୀ ମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବା ସହିତ ୨୦୨୨ ମସିହା ଜାନୁଆରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ପାଇବେ। ଏହାଦ୍ୱାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩ ଲକ୍ଷ ୫୦ ହଜାର ପେନ୍ସନ୍ଭୋଗୀ ଉପକୃତ ହେବେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1663573685.jpg)