Advertisment

Daily Horoscope,29 Oct 2021: ଜାଣନ୍ତୁ ଆଜିର ରାଶିଫଳ

ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ।

author-image
Chandan Shishu
Daily Horoscope

Daily Horoscope

ଆଜି ୨୦୨୧ ମସିହା, ଅକ୍ଟୋବର ମାସ ୨୯ ତାରିଖ, ଶୁକ୍ରବାର, ତୁଳା୧୩ ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ। ଅଷ୍ଟମୀତିଥି, ପୁଷ୍ୟାନକ୍ଷତ୍ର କର୍କଟ ରାଶିରେ ଚନ୍ଦ୍ର, ବିଛା, ଧନୁ, ମୀନ ରାଶିର ଘାତବାର।

Advertisment

ଏବେ ଆସନ୍ତୁ ଦେଖିବା ଆଜି ଆପଣଙ୍କ ଭାଗ୍ୟ କଣ ରହିଛି? 

ମେଷ:

ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହୋଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କୌଣସି ଅଚିହ୍ନା ବ୍ୟକ୍ତିଙ୍କ ସହଯୋଗରେ ସମସ୍ତ ସମସ୍ୟା ସମାଧାନ ହୋଇଯିବ।

ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ବୃଷ: ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ଶତ୍ରୁଙ୍କ ସହିତ ମୁକାବିଲା କରିପାରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ଆଲୋଚନା କ୍ଷେତ୍ରରେ ଠିକ୍ ନିଷ୍ପତ୍ତି ନେଲେ ଆର୍ଥିକ ସଙ୍କଟ ଦୂର ହେବ।

Advertisment

ପ୍ରତିକାର-ମସ୍ତକରେ ଶ୍ୱେଚନ୍ଦନରେ କର୍ପୁର ମିଶେଇ ଟିକା ଲଗାନ୍ତୁ

ମିଥୁନ:

ସରକାରୀ କାମରେ ସଫଳତା ମିଳିବା ସହ ତଳ ମହଲରୁ ଆଶାତୀତ ଲାଭ ପାଇବେ। ଅଧସ୍ତନ କର୍ମୀ ସାହାଯ୍ୟ ସମର୍ଥନ ହାସଲ କରିବେ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ।

ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:

ସମସ୍ତ ଫଇସଲା ଓ ର୍ନିଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବା ସହ ସ୍ୱାସ୍ଥ୍ୟ ଭଲ ରହିବ। ନୂଆଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଧୈର୍ଯ୍ୟ ସାହସ ଦ୍ୱାରା ହୋଇପାରୁ ନଥିବା କାମକୁ କରିପାରିବେ।

ପ୍ରତିକାର:-ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:

କର୍ମକ୍ଷେତ୍ରରେ କୌଣସି ବରିଷ୍ଠ ବ୍ୟକ୍ତିଙ୍କ ସାହାଯ୍ୟ ପାଇ ଆତ୍ମର୍ନିଭରଶୀଳ ହେବେ। ଶତ୍ରୁମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ପାଇବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ।

ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:

ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ।

ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:

ସମାଜ ସେବାରେ ସୁନାମ ଅର୍ଜନ କରିପାରିବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବା ସହକୌଣସି ଭଲ କାମକରି ପ୍ରଶଂସା ପାଇବେ।

ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ

ବିଚ୍ଛା:

ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ।

ପ୍ରତିକାର:-ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ଧନୁ: ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିପାରେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍।

ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:

ଆର୍ଥିକ ସ୍ଥିତି ସୁଦୃଢ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କାର୍ଯ୍ୟଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ନୂତନ ସମ୍ପତ୍ତି ବା ଘର ଗାଡି ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ।

ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ

କୁମ୍ଭ: ଶତୃମାନେ ପରାଜିତ ହେବା ଫଳରେ ମାନସିକ ଅଶାନ୍ତି ଦୂର ହୋଇଯିବ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। କର୍ମକ୍ଷେତ୍ରରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ପାଇବେ।

ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ମୀନ: ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଯୋଗଦେଇ ପ୍ରଶଂସା ପାଇବେ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ।ଅନ୍ୟଦ୍ୱାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି।

ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

Horoscope Daily Horoscope
Advertisment
Advertisment