ଗୋଟିଏପଟେ ଅଭିନେତା ମନୋଜ ମିଶ୍ରଙ୍କୁ ବ୍ୟାନ୍ ଘଟଣାକୁ ନେଇ ବିବାଦ ତେଜିବାରେ ଲାଗି ଥିବାବେଳେ ଅନ୍ୟପଟେ ସ୍ୱତନ୍ତ୍ର କୋଶଳ ପ୍ରଦେଶ ଦାବିରେ ନଭେମ୍ବର ୧୫ରେ ମହା କୋଶଳ ବନ୍ଦ ଡାକରା ଦେଇଛି । ମିଳିତ କୋଶଳ ରାଜ୍ୟ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ଏହାସହ ପଶ୍ଚିମ ଓଡ଼ିଶାର ୧୦ରୁ ୧୧ ଜିଲ୍ଲାକୁ ବନ୍ଦରେ ସାମିଲ ପାଇଁ ଆହ୍ୱାନ ଦିଆଯାଇଛି ।
ଦୀର୍ଘ ଦିନରୁ ସ୍ୱତନ୍ତ୍ର କୋଶଳ ରାଜ୍ୟ ଗଠନ ପାଇଁ ଦାବି ହେଉଥିବା ବେଳେ ପୁଣିଥରେ ଏବେ ଏହା ଜୋରଦାର ହୋଇଛି । ପଶ୍ଚିମାଞ୍ଚଳକୁ ବିଭିନ୍ନ କ୍ଷେତ୍ରରେ ଅବହେଳା ଓ ଅଭିନେତା ମନୋଜ ମିଶ୍ରଙ୍କୁ ବାସନ୍ଦ ଭଳି ପ୍ରସଙ୍ଗକୁ ନେଇ ଆସନ୍ତା ନଭେମ୍ବର ୧୫ରେ କୋଶଳ ରାଜ୍ୟ ମିଳିତ କ୍ରିୟାନୁଷ୍ଠାନ କମିଟି ବନ୍ଦ ଡାକରା ଦେଇଛି ।
ଅଭିନେତା ମନୋଜ ମିଶ୍ରଙ୍କୁ ବାସନ୍ଦ କରିବା ଦୁର୍ଭାଗ୍ୟଜନକ ବୋଲି କଂଗ୍ରେସ ନେତା ନରସିଂହ ମିଶ୍ର କହିଛନ୍ତି । ସେ କହିଛନ୍ତି, ‘ଏଥିରୁ ପଶ୍ଚିମ ଓଡ଼ିଶା ପ୍ରତି ବୈମାତୃକ ମନୋଭାବ ସ୍ପଷ୍ଟ ହେଉଛି । ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ଦାବି ହେଲେ ବିରୋଧ ହେଉଛି । ବଲାଙ୍ଗିରରେ କୃଷି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଦାବି ହେଲେ ବିରୋଧ ହେଉଛି । ପଶ୍ଚିମ ଓଡ଼ିଶା ସବୁବେଳେ ଅବହେଳିତ ହୋଇ ରହୁ ବୋଲି ସରକାର ଚାହୁଁଛନ୍ତି ।’
Also Read
ସେପଟେ ଓଡ଼ିଆ ସିନେ ଇଣ୍ଡଷ୍ଟ୍ରିର ଦୁଇ କଳାକାରଙ୍କ ବ୍ୟକ୍ତିଗତ ଝଗଡ଼ାରୁ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଅଭିନେତା ଅରିନ୍ଦମ୍ ରାୟ ଆଗକୁ ଆସିଛନ୍ତି । ଘର କଳିକୁ ଘରେ ସମାଧାନ ପାଇଁ ଅଭିନେତା ମନୋଜ ମିଶ୍ରଙ୍କୁ ନିବେଦନ କରିଛନ୍ତି ଅରିନ୍ଦମ । ମନୋଜ ମିଶ୍ରଙ୍କୁ ବଡ଼ ଭାଇ ବୋଲି ସମ୍ବୋଧନ କରି ଏକାଠି ବସି ବିବାଦରେ ବିରାମ ଟାଣିବାକୁ ଯୋଡ଼ହସ୍ତରେ ନିବେଦନ କରିଛନ୍ତି ଅରିନ୍ଦମ ।
- Reported by:
- Ghateswar Mishra