/odishatv-khabar/media/post_attachments/uploadimage/library/16_9/16_9_0/IMAGE_1691739313.jpg)
Dengue menace
ମଶା ମାରିବ ଡ୍ରୋନ । ଗତବର୍ଷ ଭଳି ଏବର୍ଷ ମଧ୍ୟ ଭୁବନେଶ୍ୱର ମହାନଗର ନିଗମରେ ମଶା ବଂଶ ବୃଦ୍ଧି ରୋକିବାକୁ ଡ୍ରୋନର ବ୍ୟବହାର କରାଯିବ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ମେୟର ସୁଲୋଚନା ଦାସ । ରାଜଧାନୀରେ ବଢୁଥିବା ଡେଙ୍ଗୁ ସଂଖ୍ୟାକୁ ନଜରରେ ରଖି ମଶା ଉତ୍ପତ୍ତି ସ୍ଥାନରେ ଡ୍ରୋନ ମାଧ୍ୟମରେ ରସାୟନିକ ସ୍ପ୍ରେ କରାଯିବ ।
Advertisment
ଅଧିକ ପଢ଼ନ୍ତୁ: ଘରୁ ମଶା ବାହାରିଲେ ଗଣିବେ ଫାଇନ୍, ଘର ଘର ବୁଲି ମଶା ଯାଞ୍ଚ କରାଯିବ...
ବିଶେଷ ଭାବେ ଅପହଞ୍ଚ ଜଳଉତ୍ସ ଗୁଡିକରେ ଏହି ଔଷଧ ସ୍ପ୍ରେ କରାଯିବ । ଗତବର୍ଷ ମଧ୍ୟ ବିଏମସି ପକ୍ଷରୁ କିଛି ସ୍ଥାନରେ ଡ୍ରୋନ୍ ବ୍ୟବହାର କରାଯାଇ ଔଷଧ ସ୍ପ୍ରେ କରାଯାଇଥିଲା । ସେହିପରି ସାପ୍ତାହିକ ଡ୍ରାଏ ଡେ ସମେତ ଅଗଷ୍ଟ ୧୫ରୁ ଅମାନିଆଙ୍କଠୁ ଜରିମାନା ଆଦାୟ କରିବ ବିଏମସି(BMC) ।
Advertisment
ଯେଉଁମାନଙ୍କ ଘରେ କିମ୍ବା ଘର ଆଖପାଖରେ ମଶା ଲାର୍ଭା ଉତ୍ପତ୍ତି ହେଉଛି ତାକୁ ସଫା ନକଲେ ଫାଇନ ଆଦାୟ କରିବ ବିଏମସି । ଏଣୁ ଜନସାଧାରଣ ମଶା ବଂଶ ବୃଦ୍ଧି ରୋକିବାରେ ସହଯୋଗ କରିବାକୁ ଅନୁରୋଧ କରିଛି ବିଏମସି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)