Advertisment

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା ଧବଳେଶ୍ୱର ପୀଠ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଧବଳେଶ୍ୱର ପୀଠ ଖୋଲିଛି। ମହାନଦୀ ମଧ୍ୟରେ ଅସ୍ଥାୟୀ ରାସ୍ତା ଦେଇ ଲୋକେ ଧବଳେଶ୍ୱରଙ୍କ ଦର୍ଶନ କରିପାରିବେ।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Dhabaleswar Temple Reopens For Devotees

Dhabaleswar Temple Reopens For Devotees

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଧବଳେଶ୍ୱର ପୀଠ ଖୋଲିଛି। ସର୍ବସାଧାରଣ ଦର୍ଶନ ପାଇଁ ଆଠଗଡ ଉପଜିଲ୍ଲାପାଳ ଅନୁମତି ଦେଇଛନ୍ତି। ମହାନଦୀ ମଧ୍ୟରେ ଅସ୍ଥାୟୀ ରାସ୍ତା ଦେଇ ଲୋକେ ଧବଳେଶ୍ୱରଙ୍କ ଦର୍ଶନ କରିପାରିବେ।

Advertisment

ଆସନ୍ତା ମକର ସଂକ୍ରାନ୍ତି ଠାରୁ ପୀଠ ଖୋଲିବାକୁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା। ତେବେ ନିର୍ମାଣାଧୀନ ଅସ୍ଥାୟୀ ରାସ୍ତା କାମ ଯୁଦ୍ଧକାଳୀନ ଭିତ୍ତିରେ ସରିଥିବାରୁ ପ୍ରଶାସନ ଆଗୁଆ ମନ୍ଦିରକୁ ପ୍ରବେଶ ଅନୁମତି ଦେଇଛି।

ଅଧିକ ପଢ଼ନ୍ତୁ: ଧଳା ହୋଇଗଲା କଳା ବଳଦ! ବାବା ଧବଳେଶ୍ୱରଙ୍କ ମହିମା ଅପାର...

ମଞ୍ଚେଶ୍ୱର ନଦୀ ଘାଟରୁ ପାଇକରାପୁର ପଠା ଏବଂ ସେଠାରୁ ଧବଳେଶ୍ୱର ପଠାକୁ ସଂଯୋଗ କରାଯାଇଥିବା ଅସ୍ଥାୟୀ ରାସ୍ତାରେ ଶ୍ରଦ୍ଧାଳୁ ମାନେ ଚାଲି ଚାଲି ଯାଇ ଧବଳେଶ୍ୱରଙ୍କ ଦର୍ଶନ କରିପାରିବେ।

Advertisment

ଝୁଲାପୋଲ ଅସୁରକ୍ଷିତ ଦର୍ଶାଇ ନଭେମ୍ବର ୧ ତାରିଖ ଠାରୁ ଧବଳେଶ୍ୱରଙ୍କ ପୀଠକୁ ସର୍ବସାଧାରଣଙ୍କ ଲାଗି ଦର୍ଶନ ବନ୍ଦ ରଖାଯାଇଥିଲା। ୧୪୪ ଧାରା ଲଗାଇ ଶ୍ରଦ୍ଧାଳୁଙ୍କ ପାଇଁ କଟକଣା ଲଗାଯାଇଥିଲା। ସେପଟେ ଧବଳେଶ୍ୱରଙ୍କ ମନ୍ଦିର ଖୋଲିବା ନେଇ ବାରମ୍ବାର ବିଭିନ୍ନ ସଂଗଠନ ସହ ପୂଜକ ସମାଜ ପକ୍ଷରୁ ଦାବି ହୋଇ ଆସୁଥିଲା।

Dhabaleswar Temple Dhabaleswar
Advertisment
Advertisment