Advertisment

କାଲିଠୁ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ଉଡ଼ିବ ବିମାନ

ଜାଣନ୍ତୁ ଯିବା ଆସିବା ଉଭୟ ପାଇଁ ଟିକେଟର ମୂଲ୍ୟ କେତେ ରଖାଯାଇଛି।

Direct flights from Bhubaneswar to dubai

Direct flights from Bhubaneswar to dubai

Advertisment

ବିମାନଯାତ୍ରୀଙ୍କ ଲାଗି ଖୁସି ଖବର। ଆସନ୍ତାକାଲି ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ଉଡ଼ିବ ବିମାନ। ଇଣ୍ଡିଗୋ ବିମାନ ସେବା କମ୍ପାନୀ ପକ୍ଷରୁ ଭୁବନେଶ୍ବର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଦୁବାଇ ବିମାନ ବନ୍ଦରକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ। ଏଥିପାଇଁ ଟିକେଟର ମୂଲ୍ୟ ରହିଛି ୧୦ ହଜାର ଟଙ୍କା।

Advertisment

ତେବେ ଯିବା ଆସିବା ଉଭୟ ପାଇଁ ଟିକେଟର ମୂଲ୍ୟ ୨୦ ହଜାର ଟଙ୍କା ରଖାଯାଇଛି। ଦୁବାଇ ଓ ଭୁବନେଶ୍ବର ମଧ୍ୟରେ ସିଧାସଳଖ ବିମାନ ସେବା ଫଳରେ ପର୍ଯ୍ୟଟନ କ୍ଷେତ୍ରକୁ ସମୃଦ୍ଧ କରିବା ସହ ନିଯୁକ୍ତିରେ ମଧ୍ୟ ସହାୟକ ହେବ।

ସେହିଭଳି ଆଇଟି ଓ ମାନୁଫକଚରିଂ ଭଳି କ୍ଷେତ୍ର ଅଧିକ ଲାଭବାନ ହେବା ସହ ଓଡ଼ିଶା ପାଇଁ ନୂଆ ସମ୍ଭାବନା ଆଣିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

Advertisment
Dubai Flight
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ