Advertisment

ଶିଶୁଙ୍କ ଅପପୃଷ୍ଟି ରୋକିବା ଦିଗରେ ଓଡ଼ିଶା ସରକାରଙ୍କୁ ପ୍ରଶଂସା

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କଲେ ୟୁନାଇଟେଡ ନେସନ ୱାର୍ଲଡ଼ ଫୁଡ କାର୍ଯ୍ୟକ୍ରମର କଣ୍ଟ୍ରି ଡାଇରେକ୍ଟର ବିଶ୍ୱ ପାରାଜୁଲି । ରାଜ୍ୟରେ ଖାଦ୍ୟକୁ ନେଇ ଚାଲିଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରାଯାଇଛି ।

author-image
Otv Khabar Bureau
Director Of UN WFP Meets CM Naveen Patnaik

Director Of UN WFP Meets CM Naveen Patnaik

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିଛନ୍ତି ୟୁନାଇଟେଡ ନେସନ ୱାର୍ଲଡ଼ ଫୁଡ କାର୍ଯ୍ୟକ୍ରମର କଣ୍ଟ୍ରି ଡାଇରେକ୍ଟର ବିଶ୍ୱ ପାରାଜୁଲି । ରାଜ୍ୟରେ ଖାଦ୍ୟକୁ ନେଇ ଚାଲିଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରାଯାଇଛି ।

Advertisment

ଏହାସହ ରାଜ୍ୟ ସରକାର ଆପଣେଇ ଥିବା ବିଭିନ୍ନ କାର୍ଯ୍ୟକ୍ରମକୁ ପ୍ରଶଂସା କରିବା ସହିତ ରାଜ୍ୟ ସରକାରଙ୍କ ସହଭାଗିତାରେ ଆହୁରି ଅନେକ କାର୍ଯ୍ୟ ହାତକୁ ନିଆଯାଇଛି ବୋଲି ବିଶ୍ୱ ପାରାଜୁଲି କହିଛନ୍ତି । ତେବେ ଆଗାମୀ ଦିନରେ ରାଜ୍ୟକୁ କ୍ଷୁଧା ମୁକ୍ତ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି ।

ସେହିପରି ରାଜ୍ୟରେ ଶିଶୁଙ୍କ ଅପପୃଷ୍ଟି ରୋକିବା ଦିଗରେ ୟୁନାଇଟେଡ ନେସନ ୱାର୍ଲଡ଼ ଫୁଡ କାର୍ଯ୍ୟକ୍ରମର କଣ୍ଟ୍ରି ଡାଇରେକ୍ଟର ରାଜ୍ୟ ସରକାରଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି ।

Advertisment

୧୯୭୨ ମସିହାରେ ବିଶ୍ୱରେ ଆରମ୍ଭ ହୋଇଥିବା ୱାର୍ଲଡ ଫୁଡ ପ୍ରୋଗ୍ରାମ । ଚଳିତ ବର୍ଷ ୫୦ ତମ ଜୟନ୍ତୀ ପାଳନ କରିବାକୁ ଥିବା ବେଳେ ରୋମରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ୱାର୍ଲଡ ଫୁଡ କାର୍ଯ୍ୟକ୍ରମର କଣ୍ଟ୍ରି ନିର୍ଦ୍ଦେଶକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆମନ୍ତ୍ରିତ କରିଛନ୍ତି ।

Odisha CM Naveen Patnaik Director Of UN WFP
Advertisment
Advertisment