Advertisment

ଦୀପାବଳି ପାଇଁ ନିୟମାବଳୀ ଜାରି କଲା ଅଗ୍ନିଶମ ବାହିନୀ; ଜାଣନ୍ତୁ କିପରି ସତର୍କ ରହିବେ

କେମିତି ବାଣ ଫୁଟାଇବେ ଓ ଲୋକେ କେମିତି ଦୀପାବଳି ପାଳନ କରିବେ ସେ ନେଇ ଯତ୍ନବାନ ହେବେ । ଅଭିଭାବକଙ୍କ ଉପସ୍ଥିତିରେ ବାଣ ଫୁଟାଇବେ । ସିଧାସଳଖ ହାତରେ ଅଗ୍ନି ସଂଯୋଗ କରନ୍ତୁନି ।

ଅଦ୍ୟତନ ହୋଇଛି
Odisha Fire Dept Diwali Guidelines

Diwali

Advertisment

ଆସୁଛି ଆଲୋକର ପର୍ବ ଦୀପାବଳି । ଦୀପାବଳି ମନାଇବାକୁ ସବୁଠି ଦେଖିବାକୁ ମିଳୁଛି ଉତ୍ସାହ । ହେଲେ ଦୀପାବଳିରେ ଆପଣ କିପରି ସତର୍କ ରହିବେ ସେନେଇ ଅଗ୍ନିଶମ ବାହିନୀ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଦୀପାବଳିରେ ବାଣ ଫୁଟାଇବାକୁ ନେଇ ନିର୍ଦ୍ଦେଶନାମା ଜାରି କରିଛି ଅଗ୍ନିଶମ ବାହିନୀ ।

Advertisment

କେମିତି ବାଣ ଫୁଟାଇବେ ଓ ଲୋକେ କେମିତି ଦୀପାବଳି ପାଳନ କରିବେ ସେ ନେଇ ଯତ୍ନବାନ ହେବେ । ଅଭିଭାବକଙ୍କ ଉପସ୍ଥିତିରେ ବାଣ ଫୁଟାଇବେ । ସିଧାସଳଖ ହାତରେ ଅଗ୍ନି ସଂଯୋଗ କରନ୍ତୁନି । ଗୃହପାଳିତ ପଶୁଙ୍କୁ ଦୂରେଇ ରଖନ୍ତୁ । ନିକଟରେ ପାଣି ବାଲ୍ଟି ଓ ବାଲି ରଖନ୍ତୁ ।ବାଣ ଫୁଟାଇବା ସମୟରେ ସୂତା ବସ୍ତ୍ର ପରିଧାନ କରନ୍ତୁ । ଜନ ଗହଳି ସ୍ଥାନରେ ବାଣ ଫୁଟାନ୍ତୁ ନାହିଁ ବୋଲି କୁହାଯାଇଛି ।

ସେହିପରି ବାଣ ଦୋକାନୀଙ୍କ ପାଇଁ ନିୟମ ଜାରି ହୋଇଛି ।ବାଣ ଦୋକାନ ଚାରିପଟେ ପଲିଥିନ୍ ଓ ଦହନଶୀଳ ପଦାର୍ଥ ରଖିବେନି । ଦୋକାନ ପରସ୍ପରଠାରୁ ଅତି କମରେ ୧୦ ଫୁଟ୍ ଦୂରତା ରଖିବେ ।କୌଣସି ତେଲ ଦୀପ, ଗ୍ୟାସ୍ ଦୀପ, ଖୋଲା ଲାଇଟ୍ ବ୍ୟବହାର କରାଯିବନି ।କେବଳ ସ୍ୱୀକୃତିପ୍ରାପ୍ତ ଦୋକାନୀ ବାଣ ବିକିବେ । ଅନ୍ୟ କୌଣସି ବିସ୍ଫୋରକ ସାମଗ୍ରୀ ବିକିବେନି । ଅଗ୍ନି ନିର୍ବାପକ ସବୁ ବ୍ୟବସ୍ଥା ଗ୍ରହଣ କରିବେ ।

Advertisment
Diwali Firecrackers Guidelines
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ