Doctor Deadbody Found In Cuttack
ବନ୍ଦ ଘରୁ ମିଳିଲା ଡାକ୍ତରଙ୍କ ଗଳିତ ମୃତଦେହ। କଟକ ଚାଉଳିଆଗଞ୍ଜରେ ଥିବା ଏକ ଘରୁ ଡାକ୍ତର ମଲାଡି ଭେଙ୍କଟ ଚନ୍ଦ୍ରଶେଖରଙ୍କ ମୃତଦେହ ଉଦ୍ଧାର ହୋଇଛି । ସେ ସାଲେପୁର ଚିକିତ୍ସା କେନ୍ଦ୍ରରେ ଡାକ୍ତର ଭାବରେ କାର୍ଯ୍ୟରତ ଥିଲେ।
ଚାଉଳିଆଗଞ୍ଜରେ ଏକ ଭଡ଼ାଘରେ ସେ ଏକା ରହୁଥିଲେ। ଘର ଭିତରୁ ଦୁର୍ଗନ୍ଧ ଆସିବାରୁ ପଡୋଶୀ ଲୋକେ ସନ୍ଦେହ କରି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି । ଶୋଇବା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଥିବାରୁ ହୃଦଘାତରୁ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି।
ତେବେ ଡାକ୍ତରଙ୍କ ମୃତ୍ୟୁର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି। ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/____1690104350.jpg)