/odishatv-khabar/media/post_attachments/uploadimage/library/16_9/16_9_0/IMAGE_1705725880.jpg)
Dolphin census
ଆଜି ଚିଲିକାରେ ହେଉଛି ଡଲଫିନ ଗଣନା । ସକାଳ ୬ଟାରେ ଗଣତି ଆରମ୍ଭ ହୋଇଥିବା ବେଳେ, ୧୮ଟି ଟିମ୍ ଏଥିରେ ସାମିଲ ହୋଇଛନ୍ତି । ପ୍ରତି ଟିମରେ ୮ରୁ ୧୦ ଜଣ ସଦସ୍ୟ ରହିଛନ୍ତି । ଭିଡିଓଗ୍ରାଫି, ଫୋଟୋଗ୍ରାଫି, ବାଇନାକୁଲର ଏବଂ ଜିପିଏସ ବ୍ୟବହାର ଦ୍ୱାରା ଗଣନା କରାଯାଉଛି ।
Advertisment
ବନ ବିଭାଗ, ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ, ମୋଟର ବୋଟ୍ ସଂଘ, ଡଲଫିନ ବିଶେଷଜ୍ଞ ଓ ସ୍ୱେଚ୍ଛାସେବୀଙ୍କୁ ଏଥିଲାଗି ପ୍ରଶିକ୍ଷଣ ଦିଆଯାଇଛି । ଗଣତି ସମୟରେ ଚିଲିକାରେ ଭସାପୋଲ, ଘାଟଡଙ୍ଗା ଓ ଟ୍ୟୁରିଷ୍ଟ ଡଙ୍ଗା ଚଳାଚଳ ବନ୍ଦ ରହିବ ବୋଲି କୁହାଯାଇଛି ।
କେନ୍ଦ୍ରପଡ଼ା ଗହୀରମଥାରେ ମଧ୍ୟ ଡଲଫିନ ଗଣନା ହେଉଛି । ସାମୁଦ୍ରିକ ଅଭୟାରଣ୍ୟର ଆଖପାଖ ନଈନାଳରେ ଏହି ଗଣନା କରାଯାଉଛି । ୯ଟି ଟିମ୍ ୩ ଦିନ ଧରି ଏହି ଅଞ୍ଚଳରେ ଡଲଫିନ ଗଣନା କରୁଛନ୍ତି । ପ୍ରତି ଟିମ୍ ରେ ୩ରୁ ୫ ଜଣ ଲେଖାଏଁ ସଦସ୍ୟ ରହିଛନ୍ତି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)