/odishatv-khabar/media/post_attachments/uploadimage/library/16_9/16_9_0/____1666837186.jpg)
Drone Will Be Used To Guard Chilika And Bhitarkanika
ଏଣିକି ଚିଲିକା ଏବଂ ଭିତରକନିକାରେ ବେଆଇନ ଚିଙ୍ଗୁଡ଼ି ଘେରିକୁ ଠାବ କରିବ ଡ୍ରୋନ୍ କ୍ୟାମେରା। ଏହି ସବୁ ଅଞ୍ଚଳରେ ଡ୍ରୋନ୍ ଦ୍ୱାରା ପର୍ଯ୍ୟବେକ୍ଷଣ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ୪ ଜିଲ୍ଲାପାଳଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଚିଲିକା ପରିବ୍ୟାପ୍ତ ଥିବା ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଭିତରକନିକା ପାଇଁ କେନ୍ଦ୍ରାପଡା ଜିଲ୍ଲାପାଳଙ୍କୁ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ରାଜ୍ୟ ସରକାର ଆବଶ୍ୟକ ଅର୍ଥ ଯୋଗାଇବେ।
ଅଧିକ ପଢ଼ନ୍ତୁ: ଏବେ ଠାରୁ ଚିଲିକାରେ ବିଦେଶାଗତ ପକ୍ଷୀଙ୍କ ସମାଗମ
ଚିଲିକା ଏବଂ ଭିତରକନିକା ଆଦ୍ରଭୂମି ସୁରକ୍ଷା ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣିରେ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟ ଙ୍କ ନିର୍ଦ୍ଦେଶ ଆଧାରରେ ହାଇକୋର୍ଟ ନିଜ ଆଡୁ ଏହି ମାମଲା ଦାୟର କରିଛନ୍ତି। ପୂର୍ବରୁ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ପ୍ରଶାସନ ପକ୍ଷରୁ ବ୍ୟାପକ ଭାବେ ଉଚ୍ଛେଦ କରାଯାଉଥିଲେ ମଧ୍ୟ ବେଆଇନ ଚିଙ୍ଗୁଡ଼ି ଘେରି ପୁଣି ଗଢି ଉଠୁଥିବା ନେଇ Amicus curiae କୋର୍ଟଙ୍କୁ ଅବଗତ କରିଥିଲେ।
ସ୍ଥାନୀୟ ପ୍ରଶାସନ ପକ୍ଷରୁ ମାନୁଆଲ ପାଟ୍ରୋଲିଂ କରାଯାଉଥିଲେ ମଧ୍ୟ ସଠିକ ତଥ୍ୟ ମିଳୁନାହିଁ ବୋଲି ଅମିକସ କୁରୀ କହିଥିଲେ। ଏଥିପାଇଁ ଡ୍ରୋନ୍ କ୍ୟାମେରା ବ୍ୟବହାର କରିବାକୁ ସେ ପ୍ରସ୍ତାବ ଦେଇଥିଲେ। କୋର୍ଟ ଏହି ପ୍ରସ୍ତାବକୁ ଗ୍ରହଣ କରିବା ସହ ଆବଶ୍ୟକୀୟ ବ୍ୟବସ୍ଥା କରିବାକୁ ନିର୍ଦେଶ ଦେଇଛନ୍ତି। ଆସନ୍ତା ଡିସେମ୍ବର ୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)