/odishatv-khabar/media/post_attachments/uploadimage/library/16_9/16_9_0/IMAGE_1638666495.jpg)
Eminent Scientist Trilochan Pradhan
ଭୁବନେଶ୍ୱର: ବିଶିଷ୍ଟ ବୈଜ୍ଞାନିକ ତଥା ଶିକ୍ଷାବିତ ପଦ୍ମଭୂଷଣ ପ୍ରଫେସର ଡକ୍ଟର ତ୍ରିଲୋଚନ ପ୍ରଧାନଙ୍କ ପରଲୋକ। ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା କାରଣରୁ ଭୁବନେଶ୍ୱରରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ବୟସ ହୋଇଥିଲା। ପ୍ରଫେସର ତ୍ରିଲୋଚନ ପ୍ରଧାନ ଭୁବନେଶ୍ୱରସ୍ଥିତ ଇନଷ୍ଟିଚ୍ୟୁଟ୍ ଅଫ୍ ଫିଜିକ୍ସର ପ୍ରତିଷ୍ଠାତା ନିର୍ଦ୍ଦେଶକ ଥିଲେ। ଏଥିସହ ସେ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ।
Advertisment
ବିଜ୍ଞାନ କ୍ଷ୍ରେତ୍ରରେ ତାଙ୍କ ଗବେଷଣା ଓ ଅବଦାନ ପାଇଁ ତାଙ୍କୁ ୧୯୯୦ ମସିହାରେ ସେ ପଦ୍ମଭୂଷଣରେ ସମ୍ମାନିତ ହୋଇଥିଲେ। ସେହିପରି ୨୦୧୪ ମସିହାରେ ତାଙ୍କୁ ୟୁନେସ୍କୋ-କଳିଙ୍ଗ ପୁରସ୍କାର ପ୍ରଦାନ କରାଯାଇଥିଲା। ତ୍ରିଲୋଚନ ପ୍ରଧାନଙ୍କ ପରଲୋକରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଶୋକ ପ୍ରକାଶ କରିଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)