Advertisment

କାଲି ଚାଷୀଙ୍କ ଖାତାକୁ ଯିବ କାଳିଆ ଟଙ୍କା

୪୦ ଲକ୍ଷରୁ ଊର୍ଦ୍ଧ୍ୱ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଉପକୃତ ହେବେ

undefined

Kalia Money

Advertisment

କାଲି ମିଳିବ କାଳିଆ ଟଙ୍କା। କାଲି ଅକ୍ଷୟ ତୃତୀୟାରେ ଚାଷୀଙ୍କ ଖାତାକୁ ଯିବ କାଳିଆ ଟଙ୍କା। ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ଦେବେ ମୁଖ୍ୟମନ୍ତ୍ରୀ। ୪୦ ଲକ୍ଷରୁ ଊର୍ଦ୍ଧ୍ୱ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଉପକୃତ ହେବେ। କାଳିଆ କିସ୍ତି ବାବଦରେ ୮ ଶହ କୋଟି ପ୍ରଦାନ କରିବେ ରାଜ୍ୟ ସରକାର।  ଏହି କାର୍ଯ୍ୟକ୍ରମରେ କାଳିଆ ଯୋଜନାରେ ହିତାଧିକାରୀଙ୍କ ଆକାଉଣ୍ଟକୁ ୨୦୦୦ ଟଙ୍କା ପଠାଯିବ। 

Advertisment

ବର୍ଷକୁ ଦୁଇଟି କିସ୍ତିରେ କାଳିଆ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ପଠାଯିବ ବୋଲି ନିଷ୍ପତ୍ତି ହୋଇଥିଲା। ଖରିପ ଚାଷ ପାଇଁ ୨୦୦୦ ଟଙ୍କା ଓ ରବି ଚାଷ ପାଇଁ ୨୦୦୦ ଟଙ୍କା  ଦିଆଯିବ ବୋଲି ଘୋଷଣା କରାଯାଇଥିଲା। ଗତବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀ ଚାଷୀଙ୍କୁ କାଳିଆ ଟଙ୍କା ପ୍ରଦାନ କରିଥିଲେ। ମୋଟ ୯୨୦ କୋଟି ଟଙ୍କା ଚାଷୀଙ୍କ ଖାତାକୁ ଯାଇଥିଲା। 

Odisha's KALIA Scheme
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ