ପରଲୋକରେ ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆ

ଗତକାଲି ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆଙ୍କ ପରଲୋକ ହୋଇଛି। ରାଷ୍ଟ୍ରଦୂତ ଭାବେ କାର୍ଯ୍ୟ କରି ବେଶ୍‌ ସୁନାମ ଅର୍ଜନ କରିଥିଲେ।

Former Indian Ambassador Abasar Beuria

ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆଙ୍କ ପରଲୋକ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ  ୮୦ ବର୍ଷ ବୟସ ହୋଇଥିଲା।

ଅବସର ବେଉରିଆଙ୍କ ପରଲୋକ ନେଇ ପତ୍ନୀ ତୃପ୍ତି ସୂଚନା ଦେଇଛନ୍ତି। ରାଷ୍ଟ୍ରଦୂତ ଭାବେ କାର୍ଯ୍ୟ କରି ବେଶ୍‌ ସୁନାମ ଅର୍ଜନ କରିଥିଲେ ଅବସର ବେଉରି‌ଆ।