• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଭୁବନେଶ୍ୱର: ପୂର୍ବତନ ଅର୍ଥମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଆଜି ସକାଳ ୯ଟା ୩୦ରେ ତାଙ୍କର ପରଲୋକ ହୋଇଥିବା ନେଇ ତାଙ୍କ ଝିଅ ଅନୀତା ଶୁଭଦର୍ଶିନୀ ସୂଚନା ଦେଇଛନ୍ତି । ରାମକୃଷ୍ଣ ୨୦୦୦ରୁ ୨୦୦୨ ଯାଏ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଥମ ପାଳିରେ ଅର୍ଥମନ୍ତ୍ରୀ ରହିଥିଲେ । ସେ ୬ ଥର ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି ।

୧୯୭୧, ୧୯୭୭, ୧୯୮୫, ୧୯୯୦, ୧୯୯୫ ଓ ୨୦୦୦ ମସିହାରେ ରାଜ୍ୟ ବିଧାନସଭା ଆସନ ଜିତିଥିଲେ । ତେବେ ପ୍ରଥମ ଥର ବିଧାୟକ ହୋଇ ସେ ୧୯୭୧ରେ ସ୍ୱାସ୍ଥ୍ୟମନ୍ତ୍ରୀ ହୋଇଥିଲେ । ୧୯୯୮ ମସିହାରେ ଜାନକୀ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରୀତ୍ୱ କାଳରେ ସେ ବିଧାନସଭାରେ ବିରୋଧୀ ଦଳ ନେତା ଥିଲେ ।

ପ୍ରାୟ ୪୦ ବର୍ଷ ଧରି ସେ ରାଜନୀତିରେ ସକ୍ରିୟ ରହି କର୍ମୀ ଓ ନେତାମାନଙ୍କ ପ୍ରିୟ ଭାଜନ ହୋଇଥିଲେ । ଉତ୍କଳ କଂଗ୍ରେସ, ଜନତା ପାର୍ଟି, ଜନତା ଦଳ, ବିଜେଡି ଟିକେଟରେ ସେ ଜିତିଥିଲେ । ଗଂଜାମ ଜିଲ୍ଲାର ରାଜନୀତି ଉପରେ ତାଙ୍କର କର୍ତ୍ତୃତ୍ୱ ଥିଲା । କ୍ୟାରିୟରର ଶେଷ ଭାଗରେ ସେ ବିଜେପିରେ ଯୋଗ ଦେଇଥିଲେ ।