Advertisment

ଆଉ ୪ ସରକାରୀ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର

ଦୁର୍ନୀତି ଓ ଅପାରଗତା ପାଇଁ ଏହି ୪ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ରାଜ୍ୟରେ ଏଯାବତ୍‌ ୧୨୨ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଗଲାଣି।

ଅଦ୍ୟତନ ହୋଇଛି
Compulsory Retirement

Compulsory Retirement

Advertisment

ଭୁବନେଶ୍ୱର: ଆଉ ୪ ସରକାରୀ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର। ୪ ଜଣଙ୍କ ମଧ୍ୟରେ ୨ ଜଣ ଓଏଏସ୍, ଜଣେ ଜିଲ୍ଲା ସବ୍ ରେଜିଷ୍ଟ୍ରାର ଓ ଜଣେ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀ ସଂପଦ ଅଧିକାରୀ ଅଛନ୍ତି।

Advertisment

୪ ସରକାରୀ ଅଧିକାରୀ ହେଲେ ଅନୁଗୁଳ ଡେପୁଟି କଲେକ୍ଟର ଜାନକୀନାଥ ମିଶ୍ର,ଗଜପତି ଜିଲ୍ଲା ନୂଆଗଡ଼ ତହସିଲଦାର ଆକୁଳ ମଲ୍ଲିକ,ଢେଙ୍କାନାଳ ଜିଲ୍ଲା ସବ୍ ରେଜିଷ୍ଟ୍ରାର ଲଲାଟେନ୍ଦୁ ଶତପଥୀ ଓ ପୂର୍ବତନ ନୂଆପଡ଼ା ଜିଲ୍ଲା ପ୍ରାଣୀ ସଂପଦ ଅଧିକାରୀ ତ୍ରିଲୋଚନ ଧଳ। ଦୁର୍ନୀତି ଓ ଅପାରଗତା ପାଇଁ ଏହି ୪ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ରାଜ୍ୟରେ ଏଯାବତ୍‌ ୧୨୨ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଗଲାଣି। 

Advertisment

ସୂଚନାଥାଉ କି, ଚଳିତ ବର୍ଷ ଅଗଷ୍ଟରେ OSSC ସଦସ୍ୟ ପିଏସ୍ ବିରଞ୍ଚି ସାହୁଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିଲେ ରାଜ୍ୟ ସରକାର। ଦୁର୍ନୀତି ମାମଲାରେ ଗିରଫ ପରେ ତାଙ୍କ ବିରୋଧରେ ଏହି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ ନେଇ ବିରଞ୍ଚିଙ୍କୁ ଭିଜିଲାନ୍ସ ଗିରଫ କରିଥିଲା। ବିରଞ୍ଚିଙ୍କ ଠାରୁ ସାଢ଼େ ୩ କୋଟିର ସଂପତ୍ତି ଭିଜିଲାନ୍ସ ଠାବ କରିଥିଲା। ଏହାପରେ ବିରଞ୍ଚିଙ୍କୁ ଚାକିରିରୁ ସସ୍‌ପେଣ୍ଡ୍‌  କରାଯାଇଥିଲା। 

Compulsory Retirement Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ