Advertisment

'ଅରିନ୍ଦମ'ଙ୍କୁ ହରାଇ ସାରା ଓଡ଼ିଶା ସ୍ତବ୍ଧ: ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କ ଶୋକ ପ୍ରକାଶ

ଅସମୟରେ ତାଙ୍କର ପରଲୋକ ସମସ୍ତଙ୍କୁ ମର୍ମାହତ କରିଛି। କେବଳ ସାମ୍ବାଦିକ ଜଗତ ନୁହେଁ, ସାଧାରଣ ଜୀବନରେ ମଧ୍ୟ ତାଙ୍କର ସରଳ ଅମାୟିକ ବ୍ୟବହାର, ହସମିଜାଜର ଚେହେରାକୁ ଏବେ ସମସ୍ତେ ଝୁରି ହେଉଛନ୍ତି।

OTV Chief Reporter Arindam Das

OTV Chief Reporter Arindam Das

Advertisment

ଭୁବନେଶ୍ୱର: ଅରିନ୍ଦମ ପରି ଯୁବ ସାମ୍ବାଦିକଙ୍କୁ ହରାଇ ସାରା ଓଡ଼ିଶା ସ୍ତବ୍ଧ। କାରଣ ବର୍ଷା, ବନ୍ୟା, ବାତ୍ୟା ପରି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ରିପୋର୍ଟିଂ କରିଲେ, ସାଙ୍ଗେ ସାଙ୍ଗେ ଅରିନ୍ଦମଙ୍କ ଚେହେରା ଆଖି ସାମନାକୁ ଆସିଯାଏ। ଅସମୟରେ ତାଙ୍କର ପରଲୋକ ସମସ୍ତଙ୍କୁ ମର୍ମାହତ କରିଛି। କେବଳ ସାମ୍ବାଦିକ ଜଗତ ନୁହେଁ, ସାଧାରଣ ଜୀବନରେ ମଧ୍ୟ ତାଙ୍କର ସରଳ ଅମାୟିକ ବ୍ୟବହାର, ହସମିଜାଜର ଚେହେରାକୁ ଏବେ ସମସ୍ତେ ଝୁରି ହେଉଛନ୍ତି। 

Advertisment

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅରିନ୍ଦମଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ଏହି ଯୁବ ସାମ୍ବାଦିକଙ୍କ ଦେହାନ୍ତ ଓଡ଼ିଶାର ସାମ୍ବାଦିକତା ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି ଶୋକବାର୍ତ୍ତାରେ କହିଛନ୍ତି ମୁଖ୍ୟମନ୍ତ୍ରୀ।

Advertisment

ସେହିପରି ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ବାଚସ୍ପତି ସୂର୍ଯ୍ୟ ପାତ୍ର, ଶିକ୍ଷା ମନ୍ତ୍ରୀ ସମୀର ଦାଶ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ବିଜେପି ନେତା ଭୃଗୁ ବକ୍ସିପାତ୍ର, କଂଗ୍ରେସ ନେତା ପ୍ରଦୀପ ମାଝୀ, NDRF ଡିଜି ସତ୍ୟନାରାୟଣ ପ୍ରଧାନ, ବରିଷ୍ଠ ଆଇଏଏସ୍ ଅରବିନ୍ଦ ପାଢ଼ୀ ପ୍ରମୁଖ ଅରିନ୍ଦମଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିବା ସହିତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

Advertisment


— Baijayant Jay Panda (@PandaJay) September 24, 2021

Odisha Otv Journalist Arindam
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ