/odishatv-khabar/media/post_attachments/uploadimage/library/16_9/16_9_0/BUS_Fare_1634451891.jpg)
BUS Fare
ପୁଣି ବଢ଼ିଲା ବସ୍ ଭଡ଼ା । ଦେଶ ତଥା ରାଜ୍ୟରେ ତୈଳ ଦର ବୃଦ୍ଧି ପାଉଥିବାରୁ ବସ୍ ଭଡ଼ା ପୁଣି ବୃଦ୍ଧି ପାଇଛି । ବସ୍ ଭଡ଼ା ବୃଦ୍ଧି ନେଇ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ତେବେ ଅର୍ଡିନାରୀ ବା ସାଧାରଣ ବସ୍ ଭଡ଼ା କିଲୋମିଟର ପିଛା ୮୭ ରୁ ୯୦ ପଇସାକୁ ବୃଦ୍ଧି ପାଇଛି । ଏକ୍ସପ୍ରେସ ଭଡ଼ା କିଲୋମିଟର ପିଛା ୯୧ରୁ ୯୪ ପଇସାକୁ ବୃଦ୍ଧି ପାଇଛି ।
ସେପଟେ ଡିଲକ୍ସ ଭଡ଼ା ୧ ଟଙ୍କା ୨୫ରୁ ୧ ଟଙ୍କା ୩୧ ପଇସାକୁ ବୃଦ୍ଧି ପାଇଛି । ଏସି ଡିଲକ୍ସ ଭଡ଼ା ୧ ଟଙ୍କା ୫୩ରୁ ୧ ଟଙ୍କା ୫୯ ପଇସାକୁ ବୃଦ୍ଧି ପାଇଥିବା ବେଳେ ସୁପର ପ୍ରିମିୟମ ଭଡ଼ା ୨ ଟଙ୍କା ୩୮ରୁ ୨ ଟଙ୍କା ୪୭ ପଇସାକୁ ବୃଦ୍ଧି ପାଇଛି । ଅନ୍ୟପଟେ ଭଡ଼ା ବୃଦ୍ଧି ନେଇ ଘରୋଇ ବସ୍ ମାଲିକ ସଂଘ ସାଧାରଣ ସମ୍ପାଦକ ମଧ୍ୟ ସୂଚନା ଦେଇଛନ୍ତି ।
ଦେଶରେ ତୈଳ ଦର ବୃଦ୍ଧି ପାଇବାରେ ଲାଗିଛି । ଓଡ଼ିଶାରେ ପେଟ୍ରୋଲ ଲିଟର ପିଛା ଦର ୧୦୭ ଟଙ୍କାରୁ ଊର୍ଦ୍ଧ୍ୱ ରହିଛି । ସେହିପରି ଡିଜେଲ ୯୬ ଟଙ୍କାରୁ ଉର୍ଦ୍ଧ୍ୱ ରହିଛି । ଦେଶର ରାଜଧାନୀ ଦିଲ୍ଲୀରେ ଲିଟର ପିଛା ପେଟ୍ରୋଲ ଓ ଡିଜେଲ ଦର ୯୯.୪୧ ଓ ୯୦.୭୭ ଟଙ୍କାରେ ପହଞ୍ଚିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୪ଟଙ୍କା ୧୯ ପଇସା ଓ ଡିଜେଲ ଲିଟର ପିଛା ୯୮.୫୦ ପଇସା ମହଙ୍ଗା ହୋଇଛି।
ଲଗାତାର ୧୩୭ ଦିନ ଧରି ଦେଶରେ ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିବା ପରେ ପୁଣି ମାର୍ଚ୍ଚ ୨୨ ତାରିଖରୁ ମୂଲ୍ୟବୃଦ୍ଧି ପ୍ରକ୍ରିୟା ଆରମ୍ଭ ହୋଇଛି। ଫଳରେ ପାଞ୍ଚ ଦିନରେ ଲିଟର ପିଛା ଡିଜେଲ ଓ ପେଟ୍ରୋଲ ଦର ୪ ଟଙ୍କା ପର୍ଯ୍ୟନ୍ତ ମହଙ୍ଗା ହୋଇଛି ।
ତେଲ ଦର ବୃଦ୍ଧି ଯୋଗୁଁ ଅନ୍ୟାନ୍ୟ ସାମଗ୍ରୀ ଦର ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ଯାହା ସିଧାସଳଖ ଖାଉଟିଙ୍କ ପକେଟକୁ ପ୍ରଭାବିତ କରିଛି। ସେପଟେ ରୁଷ-ୟୁକ୍ରେନ ଯୁଦ୍ଧ ଯୋଗୁଁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲର ଦର ବଢୁଛି। ଏହା ପୂର୍ବରୁ କେନ୍ଦ୍ର ସରକାର କେବଳ ଡିଜେଲ ବଲ୍କ ମୂଲ୍ୟରେ ଲିଟର ପିଛା ୨୫ ଟଙ୍କା ମହଙ୍ଗା କରିଥିଲେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)