Girl student found hanging inside her hostel room under mysterious circumstances
କଟକରେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ । କଟକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନର ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ମୃତ ଛାତ୍ରୀଙ୍କ ଘର ପଞ୍ଜାବ ବୋଲି ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଅନୁସାରେ, ଗତକାଲି ବିଳମ୍ୱିତ ରାତିରେ ହଷ୍ଟେଲ୍ ରୁମ୍ରେ ଝୁଲନ୍ତା ମୃତଦେହ ଦେଖି ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ SCB ମେଡିକାଲକୁ ନେଇଥିଲେ । ସେଠାରେ ଡାକ୍ତର ଛାତ୍ରୀଙ୍କୁ ମୃତ ଘୋଷଣା କରିଛନ୍ତି ।
ତେବେ ଛାତ୍ରୀଙ୍କ ମୃତ୍ୟୁକୁ ନେଇ କ୍ୟାମ୍ପସରେ ଉତ୍ତେଜନା ଦେଖିବାକୁ ମିଳିଛି । ଶତାଧିକ ସଂଖ୍ୟାରେ ଛାତ୍ରଛାତ୍ରୀ ଏକାଠି ହୋଇ ପ୍ରତିବାଦ କରିଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us