• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

କୋଣାର୍କ ମନ୍ଦିରରୁ କ‍ଢ଼ାଯିବ ବାଲି । ବାଲି କାଢ଼ିବାକୁ ଲାଗିବ ୩ ବର୍ଷ । ବିଶ୍ୱ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରରୁ ବାଲିକଢ଼ା କାମର ଶୁଭାରମ୍ଭ । ଆଜି ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା-ଏଏସ୍‌ଆଇ ପକ୍ଷରୁ ଭୂମି ପୂଜନ କରାଯାଇଛି । ଉନ୍ନତ ବୈଷୟିକ ଜ୍ଞାନକୌଶଳର ବିନିଯୋଗ କରି ମନ୍ଦିରର ଗର୍ଭଗୃହରୁ ବାଲି କାଢ଼ିବାକୁ ଯୋଜନା ହୋଇଛି । ମନ୍ଦିର ଭିତରୁ ବାଲି କାଢ଼ିବା ଲାଗି ପ୍ରାୟ ୩ ବର୍ଷ ସମୟ ଲାଗିବ ବୋଲି ଆକଳନ କରାଯାଇଛି ।

ତେବେ ବାଲି କାଢ଼ିବା ପାଇଁ ବୈଷୟିକ ଜ୍ଞାନ କୌଶଳ ଯୋଗାଇବାକୁ ଘରୋଇ କଂପାନୀକୁ ଟେଣ୍ଡର ଦିଆଯାଇଛି । BDR ନିର୍ମାଣ ପ୍ରାଇଭେଟ ଲିମିଟେଡ ନାମକ କଂପାନୀକୁ ଏହି ଟେଣ୍ଡର ମିଳିଛି । ଘରୋଇ କଂପାନୀ କେବଳ ବୈଷୟିକ ଜ୍ଞାନ କୌଶଳ ଯୋଗାଇବ ଓ ବାଲି କାଢିବା କାର୍ଯ୍ୟରେ ASIର କର୍ମଚାରୀମାନେ ନିୟୋଜିତ ହେବେ ବୋଲି କୁହାଯାଇଛି ।

ବୈଷୟିକ ଜ୍ଞାନ କୌଶଳ ଲାଗି ଘରୋଇ କଂପାନୀ ପକ୍ଷରୁ ପ୍ରାଥମିକ ପର୍ଯ୍ୟାୟରେ ମେକାନିକାଲ ୱାର୍କିଂ ପ୍ଲାଟଫର୍ମ ନିର୍ମାଣ ଆରମ୍ଭ ହୋଇଛି । ଗର୍ଭଗୃହ ସଂଲଗ୍ନ ପଶ୍ଚିମ ଦ୍ୱାର ପଟୁ ଗର୍ତ୍ତ କରି ଗର୍ଭଗୃହରୁ ବାଲି କଢ଼ାଯିବ ବୋଲି ASI ସୁପରିଣ୍ଟଣ୍ଡେଣ୍ଟ ଅରୁଣ ମଲ୍ଲିକ ସୂଚନା ଦେଇଛନ୍ତି । ୧୯୦୩ ମସିହାରେ ସୂର୍ଯ୍ୟ ମନ୍ଦିରର ସୁରକ୍ଷା ପାଇଁ ଇଂରେଜମାନେ ଗର୍ଭଗୃହରେ ବାଲି ଭର୍ତ୍ତି କରିଥିଲେ ।