• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sangram Keshori Behera

ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରସଙ୍ଗ ବିଚାରାଧୀନ ରହିଛି । ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସରକାରଙ୍କ ବିଚାରାଧୀନ ଅଛି ବୋଲି ଆଜି ଗୃହରେ ସ୍ପଷ୍ଟୀକରଣ ରଖିଛନ୍ତି ମୁଖ୍ୟମନ୍ତ୍ରୀ । ଲୋକଙ୍କୁ ତ୍ୱରିତ୍ ନ୍ୟାୟ ଦେବାକୁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ବଲାଙ୍ଗିରରେ ହାଇକୋର୍ଟର ସର୍କିଟ୍ ବେଞ୍ଚ ପ୍ରତିଷ୍ଠା ନେଇ ସରକାରଙ୍କ ପ୍ରସ୍ତାବ ଅଛି କି, ବୋଲି ଗତକାଲି ବିଧାନସଭାରେ ବିଜେଡି ବିଧାୟକ କଳିକେଶ ସିଂହଦେଓ ପ୍ରଶ୍ନ କରିଥିଲେ । ଏହାର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଥିଲେ-ସୁପ୍ରିମକୋର୍ଟଙ୍କ ପକ୍ଷରୁ ଏ ସଂପର୍କରେ ଆସିଥିବା ରାୟ ଅନୁସାରେ ଓଡ଼ିଶାର କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ହେବାର କୌଣସି ଯଥାର୍ଥତା ନାହିଁ ।

ସେପଟେ ଆଜି ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଆମେ କେତେ ବର୍ଷ ବିଚାରାଧିନ ରଖିବା ବୋଲି ପ୍ରଶ୍ନ କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ ସିଂଦେଓ । ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କରିବା ନେଇ ପ୍ରତିଶୃତି ଦିଅନ୍ତୁ ବୋଲି ସେ ଦାବି କରିଛନ୍ତି । ସେହିପରି ମୁଖ୍ୟମନ୍ତ୍ରୀ ଲୋକଙ୍କୁ ଦ୍ୱନ୍ଦ୍ୱରେ ନପକାଇ ନେତୃତ୍ୱ ନିଅନ୍ତୁ ବୋଲି କଂଗ୍ରେସ ବିଧାୟକ ରଜନ ଏକ୍କା କହିଛନ୍ତି । ବିଜେପି ବିଧାୟକ ଲକ୍ଷ୍ମଣ ବାଗ କହିଛନ୍ତି ଲୋକଙ୍କ ସୁବିଧାକୁ ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ ।

OTV is now on Whatsapp

Join and get latest news update delivered to you via whatsapp

Join Now