• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଅଙ୍ଗନବାଡ଼ି କର୍ମୀଙ୍କ ଦରମା ବୃଦ୍ଧି କଲେ ରାଜ୍ୟ ସରକାର । ଅଙ୍ଗନବାଡ଼ି କର୍ମୀଙ୍କ ସହ ମିନି ଅଙ୍ଗନବାଡ଼ି ଓ ସହାୟିକାଙ୍କ ପାରିଶ୍ରମିକ ବି ବୃଦ୍ଧି କରାଯାଇଛି । ଅଙ୍ଗନବାଡ଼ି କର୍ମୀଙ୍କ ମାସିକ ପାରିଶ୍ରମିକ ୭ ହଜାର ୫୦୦ଟଙ୍କାରୁ ୧୦ ହଜାରକୁ ବୃଦ୍ଧି ପାଇଛି । 

ସେହିପରି ମିନି ଅଙ୍ଗନବାଡ଼ି କର୍ମୀଙ୍କ ପାରିଶ୍ରମିକ ୫ ହଜାର ୩୭୫ଟଙ୍କାରୁ ୭ ହଜାର ୨୫୦କୁ ବୃଦ୍ଧି ପାଇଛି । ଅଙ୍ଗନବାଡ଼ି ସହାୟିକାଙ୍କ ପାରିଶ୍ରମିକ ୩ ହଜାର ୭୫୦ଟଙ୍କାରୁ ୫ ହଜାରକୁ ବୃଦ୍ଧି ପାଇଛି । ବର୍ଦ୍ଧିତ ପାରିଶ୍ରମିକ ୨୦୨୩ ମସିହା ଅକ୍ଟୋବର ପହିଲାରୁ ପିଛିଲା ଭାବେ ଲାଗୁ ହେବ । 

କିଛିଦିନି ତଳେ ରାଜ୍ୟରେ ବିଭିନ୍ନ ଘରୋଇ କଲେଜରେ କାର୍ଯ୍ୟ କରୁଥିବା ସରକାରୀ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦରମା ବୃଦ୍ଧି କରିଥିଲେ ରାଜ୍ୟ ସରକାର । ସପ୍ତମ ବେତନ କମିଶନଙ୍କ ସୁପାରିସ ଆଧାରରେ ସେମାନେ ଏଣିକି ଦରମା ଓ ଆନୁଷଙ୍ଗିକ ଭତ୍ତା ପାଇବେ ।

ଏହା ପିଛିଲା ଭାବେ ଜାନୁୟାରୀ ମାସରୁ ଲାଗୁ ହେବ ବୋଲି ଉଚ୍ଚ ଶିକ୍ଷା ଓ ଗଣଶିକ୍ଷା ବିଭାଗର ପ୍ରସ୍ତାବକୁ କ୍ୟାବିନେଟ୍‍ ମଞ୍ଜୁର କରିଥିଲେ । ଏହାସହ ଘରୋଇ ହାଇସ୍କୁଲ୍‍, ସଂସ୍କୃତ ଟୋଲ୍‍ ଶିକ୍ଷକ ଓ କର୍ମଚାରୀଙ୍କ ଦରମା ଓ ଭତ୍ତାକୁ ବୃଦ୍ଧି କରି ସପ୍ତମ ବେତନ କମିଶନଙ୍କ ସୁପାରିସ ଆଧାରରେ ପ୍ରଦାନ ଲାଗି ରାଜ୍ୟ ସରକାର ଅନୁମତି ପ୍ରଦାନ କରିଥିଲେ  ।