/odishatv-khabar/media/post_attachments/uploadimage/library/16_9/16_9_0/IMAGE_1706694078.jpg)
Odisha High Court
ଜୁନିଅର ଟିଚର ନିଯୁକ୍ତି ଅନିୟମିତତା ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ । ତେବେ ନିଯୁକ୍ତି ପ୍ରକ୍ରିୟା ଉପରେ ଲାଗିଥିବା ଅନ୍ତରୀଣ ରହିତାଦେଶ ବଳବତ୍ତର ରହିଛି । ଆଜି ମାମଲାର ଚୂଡାନ୍ତ ଶୁଣାଣି ଚାଲିଥିବା ବେଳେ ରାଜ୍ୟ ସରକାର କେତୋଟି ପ୍ରସଙ୍ଗରେ ସ୍ପଷ୍ଟୀକରଣ ରଖିଛନ୍ତି ।
ଯାହାକୁ ଆବେଦନକାରୀ ବିରୋଧ କରିଛନ୍ତି । ଆବେଦନକାରୀଙ୍କ ପକ୍ଷରୁ ଏ ପ୍ରଶ୍ନ ଉଠିଥିଲାକି ଶିକ୍ଷକ ନିଯୁକ୍ତି ଜିଲ୍ଲା ଭିତ୍ତିକ ହେଉଛି ନା ରାଜ୍ୟ ଆଧାରରେ । ଯାହା ଉତ୍ତରରେ (ଏଜି) କହିଛନ୍ତିକି, ନିଯୁକ୍ତି ଜିଲ୍ଲା ଆଧାରରେ ହେବାର ଅଛି ।
ତେବେ ପ୍ରାର୍ଥୀ ଚୟନ ପ୍ରକ୍ରିୟା ଚାଲିଥିବା ବେଳେ ନିୟମରେ କାହିଁକି ପରିବର୍ତ୍ତନ କରାଗଲା ବୋଲି ଆବେଦନକାରୀ ପ୍ରଶ୍ନ କରିଛନ୍ତି, ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ ହାଇକୋର୍ଟ ତାଙ୍କ ରାୟକୁ ସଂରକ୍ଷିତ ରଖିଛନ୍ତି । ଯାହା କୌଣସି ମୁହୂର୍ତ୍ତରେ ପ୍ରକାଶ ପାଇପାରେ ।
୨୦୨୩ ଅକ୍ଟୋବର ୨୩ ତାରିଖରେ ପ୍ରାୟ ୨୦ ହଜାର ଜୁନିଅର ଟିଚର ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ପରେ ଏହାକୁ ନେଇ ବିବାଦ ମୁଣ୍ଡ ଟେକିଲା ଏବଂ କିଛି ପ୍ରାର୍ଥୀ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ହୋଇଥିବାର ଅଭିଯୋଗ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ମାମଲାର ପ୍ରାରମ୍ଭୀକ ଶୁଣାଣି କରି, ଗତ ୧୯ ତାରିଖ ଦିନ ନିଯୁକ୍ତି ପ୍ରକ୍ରିୟା ଉପରେ ରହିତାଦେଶ ଜାରି କରିଥିଲେ ହାଇକୋର୍ଟ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)