ଜୁନିଅର ଟିଚର ନିଯୁକ୍ତି ଅନିୟମିତତା ମାମଲା; ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ

ନିଯୁକ୍ତି ପ୍ରକ୍ରିୟା ଉପରେ ଲାଗିଥିବା ଅନ୍ତରୀଣ ରହିତାଦେଶ ବଳବତ୍ତର ରହିଛି । ଆଜି ମାମଲାର ଚୂଡାନ୍ତ ଶୁଣାଣି ଚାଲିଥିବା ବେଳେ ରାଜ୍ୟ ସରକାର କେତୋଟି ପ୍ରସଙ୍ଗରେ ସ୍ପଷ୍ଟୀକରଣ ରଖିଛନ୍ତି ।

ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ

ଜୁନିଅର ଟିଚର ନିଯୁକ୍ତି ଅନିୟମିତତା ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ । ତେବେ ନିଯୁକ୍ତି ପ୍ରକ୍ରିୟା ଉପରେ ଲାଗିଥିବା ଅନ୍ତରୀଣ ରହିତାଦେଶ ବଳବତ୍ତର ରହିଛି । ଆଜି ମାମଲାର ଚୂଡାନ୍ତ ଶୁଣାଣି ଚାଲିଥିବା ବେଳେ ରାଜ୍ୟ ସରକାର କେତୋଟି ପ୍ରସଙ୍ଗରେ ସ୍ପଷ୍ଟୀକରଣ ରଖିଛନ୍ତି ।

ଯାହାକୁ ଆବେଦନକାରୀ ବିରୋଧ କରିଛନ୍ତି । ଆବେଦନକାରୀଙ୍କ ପକ୍ଷରୁ ଏ ପ୍ରଶ୍ନ ଉଠିଥିଲାକି ଶିକ୍ଷକ ନିଯୁକ୍ତି ଜିଲ୍ଲା ଭିତ୍ତିକ ହେଉଛି ନା ରାଜ୍ୟ ଆଧାରରେ । ଯାହା ଉତ୍ତରରେ (ଏଜି) କହିଛନ୍ତିକି, ନିଯୁକ୍ତି ଜିଲ୍ଲା ଆଧାରରେ ହେବାର ଅଛି ।

ତେବେ ପ୍ରାର୍ଥୀ ଚୟନ ପ୍ରକ୍ରିୟା ଚାଲିଥିବା ବେଳେ ନିୟମରେ କାହିଁକି ପରିବର୍ତ୍ତନ କରାଗଲା ବୋଲି ଆବେଦନକାରୀ ପ୍ରଶ୍ନ କରିଛନ୍ତି, ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ ହାଇକୋର୍ଟ ତାଙ୍କ ରାୟକୁ ସଂରକ୍ଷିତ ରଖିଛନ୍ତି । ଯାହା କୌଣସି ମୁହୂର୍ତ୍ତରେ ପ୍ରକାଶ ପାଇପାରେ ।

୨୦୨୩ ଅକ୍ଟୋବର ୨୩ ତାରିଖରେ ପ୍ରାୟ ୨୦ ହଜାର ଜୁନିଅର ଟିଚର ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ପରେ ଏହାକୁ ନେଇ ବିବାଦ ମୁଣ୍ଡ ଟେକିଲା ଏବଂ କିଛି ପ୍ରାର୍ଥୀ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ହୋଇଥିବାର ଅଭିଯୋଗ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ମାମଲାର ପ୍ରାରମ୍ଭୀକ ଶୁଣାଣି କରି, ଗତ ୧୯ ତାରିଖ ଦିନ ନିଯୁକ୍ତି ପ୍ରକ୍ରିୟା ଉପରେ ରହିତାଦେଶ ଜାରି କରିଥିଲେ ହାଇକୋର୍ଟ ।