Advertisment

ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ

୨୦୧୦, ଡିସେମ୍ବରରେ ସେ ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ ଜେନେରାଲ, ୨୦୧୨ ଏପ୍ରିଲ ୫ ତାରିଖରେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ।

author-image
Sonali Ojha
Odisha High Court New Chief Justice

Odisha High Court New Chief Justice

ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ନିଯୁକ୍ତ। ଜଷ୍ଟିସ ଚକ୍ରଧାରୀ ଶରଣ ସିଂଙ୍କୁ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯାଇଛି। ଏନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବର୍ତ୍ତମାନ ପାଟନା ହାଇକୋର୍ଟରେ ବିଚାରପତି ଅଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ସୁପ୍ରିମକୋର୍ଟ କଲେଜିୟମ ପାଟନା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟବିଚାରପତି ଭାବେ ନିଯୁକ୍ତି ଦେବା ପାଇଁ ସୁପାରିଶ କରିଥିଲେ ।

Advertisment

୧୯୬୩ ଜାନୁୟାରୀ ୨୦ତାରିଖରେ ଜନ୍ମିତ ୬୦ବର୍ଷୀୟ ଜଷ୍ଟିସ ଶରଣ ସିଂ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିବା ପରେ ୧୯୯୦ ଜାନୁୟାରୀରେ ପାଟନା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ। ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ ଭାବେ ସେ ୨୨ବର୍ଷ ଧରି କାର୍ଯ୍ୟ କରିଛନ୍ତି। ୨୦୧୦, ଡିସେମ୍ବରରେ ସେ ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ ଜେନେରାଲ, ୨୦୧୨ ଏପ୍ରିଲ ୫ ତାରିଖରେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ୨୦୨୩ ମସିହାରେ ପାଟଣା ଉଚ୍ଚ ନ୍ୟାୟାଳୟର କାର୍ଯ୍ୟକାରୀ ମୁଖ୍ୟବିଚାରପତି ଭାବେ ନିଯୁକ୍ତି ପାଇଥିଲେ । ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ୨୦୨୫ ଜାନୁୟାରୀ ମାସରେ ଅବସର ନେବେ।

Orissa HC Chief Justice Odisha High Court
Advertisment
Advertisment