Advertisment

ଶପଥ ନେଲେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ  ଜଷ୍ଟିସ ଶୁଭାଶିଷ ତାଳପତ୍ର ଆଜି ଶପଥ ନେଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ତାଙ୍କୁ ଶପଥ ପାଠ କରାଇଛନ୍ତି।

ଅଦ୍ୟତନ ହୋଇଛି
undefined

Justice Subhasis Talapatra sworn in as new Chief Justice of Orissa High Court

Advertisment

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଶୁଭାଶିଷ ତାଳପତ୍ର ଆଜି ଶପଥ ନେଇଛନ୍ତି। ହାଇକୋର୍ଟ ପରିସରରେ ଆୟୋଜିତ ଶପଥ ପାଠ କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ତାଙ୍କୁ ଶପଥ ପାଠ କରାଇଛନ୍ତି। ୩୩ତମ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଶୁଭାଶିଷ ତାଳପତ୍ର ଶପଥ ଗ୍ରହଣ କରିଛନ୍ତି। 

Advertisment

୨୦୨୨ ମସିହା ଜୁନ୍‌ ୧୦ରୁ ଜଷ୍ଟିସ ତାଳପତ୍ର ଓଡ଼ିଶା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରୁଥିଲେ। ଜଷ୍ଟିସ ଶୁଭାଶିଷ ତାଳପତ୍ର ୧୯୬୧ ଅକ୍ଟୋବର ୪ରେ ତ୍ରିପୁରାର ଉଦୟପୁର ଠାରେ ଜନ୍ମଗ୍ରହଣ କରିଥିଲେ । ୨୦୧୧ ନଭେମ୍ବର ୧୫ରେ ସେ ଗୌହାଟୀ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ ।

୨୦୧୩ ସେପ୍ଟେମ୍ବର ୧୩ରେ ତ୍ରିପୁରାରେ ନୂତନ ହାଇକୋର୍ଟ ପ୍ରତିଷ୍ଠା ହେବା ପରେ ତ୍ରିପୁରା ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବେ ଶପଥ ନେଇଥିଲେ ଜଷ୍ଟିସ ତାଳପତ୍ର। ୨୦୧୮ ନଭେମ୍ବର ୨ରୁ ୧୩ ତାରିଖ ଓ ୨୦୧୯ ନଭେମ୍ବର ୧୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସେ ତ୍ରିପୁରା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ନିର୍ବାହ କରିଥିଲେ । ଏହାପରେ ୨୦୨୨ ଜୁନ୍‌ ୧୦ ତାରିଖରୁ ସେ ଓଡିଶା ହାଇକୋର୍ଟର ବିଚାରପତି ଥିଲେ ।

Advertisment

ସୋମବାର ଦିନ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ୍‌ ମୁରଲୀଧର ଅବସର ନେଇଛନ୍ତି । 

Orissa HC Chief Justice Orissa High Court High Court
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles: