• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

୪ ଫୁଟର ଅଜଗର ସାପକୁ ଗିଳିଲା ୧୧ଫୁଟ ଲମ୍ବର ଅହିରାଜ । ଅନୁଗୁଳ ଜିଲ୍ଲା ସାତକୋଶିଆ ଅଭୟାରଣ୍ୟର କରଡାପଡା ଗ୍ରାମରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । ଅଜଗର ସାପକୁ ଗିଳି ଦେଇ କରଡାପଡା ଗ୍ରାମର ଜଣେ ବ୍ୟକ୍ତିଙ୍କ ରୋଷେଇ ଘର ଭିତରକୁ ଅହିରାଜ ସାପ ପଶି ଯାଇଥିଲା । ପରିବାର ଲୋକେ ଘର ଭିତରେ ଏତେ ବଡ ସାପ ଦେଖି ବନ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ବନ ବିଭାଗ କର୍ମଚାରୀ ଓ ସର୍ପମିତ୍ର ଘଟଣାସ୍ଥଳରେ ପହଞ୍ଚି ଅହିରାଜ ସାପକୁ ଘର ଭିତରୁ ଉଦ୍ଧାର କରିଥିଲେ ।

ଉଦ୍ଧାର ପରେ ପୂର୍ବରୁ ଗିଳିଥିବା ଅଜଗର ସାପଟିକୁ ଅହିରାଜ ବାହାର କରିଥିଲା । ସେତେବେଳକୁ ଅଜଗରଟି ମରି ଯାଇଥିବା ବେଳେ ପରବର୍ତ୍ତୀ ସମୟରେ ସାପଟିକୁ ଟିକରପଡା ବନାଞ୍ଚଳ କାର୍ଯ୍ୟାଳୟକୁ ଅଣାଯାଇଥିଲା । ସମୟ ବ୍ୟବଧାନ ପରେ ଟିକରପଡା ବନାଞ୍ଚଳ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଅହିରାଜକୁ ନିକଟସ୍ଥ ସୁରକ୍ଷିତ ପ୍ରାକୃତିକ ଜଙ୍ଗଲରେ ଛାଡ଼ି ଦିଆଯାଇଛି ।