Legendary poet Padma Shri Jayanta Mahapatra no more
ଆଉ ନାହାନ୍ତି ବିଶିଷ୍ଟ କବି ପଦ୍ମଶ୍ରୀ ଜୟନ୍ତ ମହାପାତ୍ର । ପଦ୍ମଶ୍ରୀ କବି ଜୟନ୍ତ ମହାପାତ୍ରଙ୍କ ପରଲୋକ ହୋଇଛି । ଆଜି SCB ବଡ ମେଡିକାଲରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା ।
ଗତ କିଛିଦିନ ଧରି ସେ ଅସୁସ୍ଥ ଥିଲେ । ମିଳିଥିବା ସୂଚନା ଅନୁସାରେ ସେ ନିମୋନିଆରେ ପୀଡିତ ହୋଇ ଚିକିତ୍ସାଧୀନ ଥିଲେ । ସ୍ୱର୍ଗତ ଜୟନ୍ତ ମହାପାତ୍ର ବିଶେଷ କରି ଜଣେ ଇଣ୍ଡିଆନ୍ ଇଂଲିସ୍ ପୋଏଟ୍ ହିସାବରେ ପରିଚିତ ।
ଅଧିକ ପଢ଼ନ୍ତୁ: ପଦ୍ମଶ୍ରୀ କବି ଜୟନ୍ତ ମହାପାତ୍ରଙ୍କ​ ଶେଷ ଇଚ୍ଛା କ’ଣ ଥିଲା ? ଜାଣନ୍ତୁ ...
ସେ ହେଉଛନ୍ତି ପ୍ରଥମ ଭାରତୀୟ କବି ଯିଏ କି ଇଂରାଜୀ ଭାଷାରେ କବିତା ପାଇଁ ସାହିତ୍ୟ ଏକାଡେମୀ ପୁରଷ୍କାର ପାଇଥିଲେ । ତାଙ୍କ ଲେଖା ଇଣ୍ଡିଆନ୍ ସମର୍, ହଙ୍ଗର୍ ଆଧୁନିକ ଭାରତୀୟ ଇଂରାଜୀ ସାହିତ୍ୟରେ ବେଶ୍ ପାଠକୀୟ ଆଦୃତି ଲାଭ କରିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1693156104.jpg)